Odisha News Lens

  • ରାଜ୍ୟ ଖବର
  • ଦେଶ ବିଦେଶ
  • ବ୍ୟବସାୟ
  • ରାଜନୀତି
  • ଜୀବନଶୈଳୀ
  • ଖେଳ
  • ମନୋରଂଜନ
  • ଅନ୍ୟାନ୍ୟ
    • କ୍ରାଇମ
    • ସଂସ୍କୃତି
    • ସ୍ୱାସ୍ଥ୍ୟବିଜ୍ଞାନ
  • News In English

ପିପିଲି-ଡେଲାଙ୍ଗ ଅଞ୍ଚଳର ଜନସାଧରଣଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା, ୬୮ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା

February 23, 2021February 23, 2021

ଚଳିତ ବର୍ଷ ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନର ୧୦୦ ବର୍ଷ ପାଳନ କରୁଛେ । ମାର୍ଚ୍ଚ ୨୩ ତାରିଖ ୧୯୨୧ରେ ଗାନ୍ଧୀଜୀ ପ୍ରଥମେ ଓଡିଶା ଆସିଥିଲେ । ୧୯୩୮ରେ ସେ ଡେଲାଙ୍ଗର ବେରବୋଇ ଆସିଥିଲେ ଏବଂ ଏହିଠାରେ କୃଷି ଓ ଗ୍ରାମୋଦ୍ୟୋଗର ପ୍ରଦର୍ଶନୀରେ ଭାଗ ନେଇଥିଲେ । ଗାନ୍ଧୀଜୀଙ୍କ ଆଦର୍ଶ ସବୁବେଳେ, ବିଶେଷ କରି ବର୍ତ୍ତମାନ ସମୟରେ ଆମ ପାଇଁ ଖୁବ ଜରୁରୀ।

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନସିଂ ଜରିଅରେ ପିପିଲି-ଡେଲାଙ୍ଗ ଅଞ୍ଚଳର ଜନସାଧରଣଙ୍କ ସହ ଆଲୋଚନା କରିବା ଅବସରରେ ଏହା କହିଛନ୍ତି । ଏହି ଅବସରରେ ବେରବୋଇରେ ଏକ ଆଦର୍ଶ ବିଦ୍ୟାଳୟ ତଥା ଗାନ୍ଧିଜୀଙ୍କ ସ୍ମୃତି ପୀଠର ବିକାଶ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆଜି ପିପିଲି- ଡେଲାଙ୍ଗ ନିର୍ବାଚନ ମଣ୍ଡଳୀର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ୬୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଘୋଷଣା କରିଛନ୍ତି । ଏଥିରେ ରାସ୍ତାଘାଟ ଠାରୁ ଆରମ୍ଭ କରି ଜଳସେଚନ, ଷ୍ଟାଡିୟମ, ସେତୁ, ବସ୍ଷ୍ଟାଣ୍ଡ ଆଦି ବିଭିନ୍ନ ବିକାଶ କାମ କରାଯିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେ ସବୁବେଳେ ଗାଁ ର ବିକାଶ ଉପରେ ଫୋକସ୍ କରିଆସିଛନ୍ତି । ମହିଳା ଓ ଚାଷୀ ଭାଇଙ୍କ କଲ୍ୟାଣ ଉପରେ ଫୋକସ୍ କରିଆସିଛନ୍ତି । ଗରିବ ଲୋକଙ୍କ ମୁହଁରେ ହସ ହିଁ ତାଙ୍କୁ ସବୁଠାରୁ ଅଧିକ ସନ୍ତୋଷ ଦେଇଥାଏ ବୋଲି ସେ କହିଥିଲେ ।

କରୋନା ଲକ୍ଡାଉନ ସମୟରେ ମିଶନ ଶକ୍ତି ଓ ଚାଷୀଭାଇଙ୍କ କାର୍ଯ୍ୟକ୍ରମକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହି ସମୟରେ ଆମର ମିଶନ ଶକ୍ତିର ମା’ ମାନେ ବହୁତ ଭଲ କାମ କରିଛନ୍ତି। ଆମର ଚାଷୀ ଭାଇମାନେ ମଧ୍ୟ ଲକ୍ ଡାଉନ ସମୟରେ କରୋନାକୁ ଭୟ ନ କରି ଚାଷ କାମ ଜାରି ରଖିଥିଲେ । ଚାଷୀ ଭାଇର ପରିଶ୍ରମ ଯୋଗୁ ଦେଶର ଅର୍ଥନୀତି ଆଜି ବଞ୍ଚି ରହିଛି ବୋଲି ସେ ପ୍ରକାଶ କରିଥିଲେ ।

ଏହି ଅବସରରେ ପୂର୍ବତନ ମନ୍ତ୍ରୀ ତଥା ପିପିଲି-ଡେଲାଙ୍ଗ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସ୍ୱର୍ଗତଃ ପ୍ରଦୀପ ମହାରଥୀଙ୍କ ସ୍ମୃତି ଚାରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦୁଃଖର କଥା, ଆପଣଙ୍କର ପ୍ରିୟ ବିଧାୟକ ପ୍ରଦୀପ ବାବୁ ଆଜି ଆମ ଭିତରେ ନାହାନ୍ତି । ଗତ ୩୦ ବର୍ଷରୁ ଅଧିକ ସମୟ ଧରି ପିପିଲି-ଡେଲାଙ୍ଗର ବିକାଶ ସହ ସେ ଯୋଡି ହୋଇ ରହିଥିଲେ । ଆପଣମାନଙ୍କ ଭଲମନ୍ଦ, ସୁଖଦୁଃଖ ସବୁଥିରେ ସେ ଆପଣମାନଙ୍କ ସାଥିରେ ରହିଥିଲେ । ପିପିଲି-ଡେଲାଙ୍ଗର ବିକାଶ ପାଇଁ ସେ ସାରା ଜୀବନ କାମ କରିଯାଇଛନ୍ତି। ଏହି ଅବସରରେ ପ୍ରଦୀପ ମହାରଥୀଙ୍କ ସ୍ମୃତି ପ୍ରତି ସେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିକାଶ ଉପରେ ସମସ୍ତଙ୍କର ଅଧିକାର ରହିଛି । ବିଶେଷକରି ଗରିବ ଲୋକମାନଙ୍କର ବିକାଶ ଉପରେ ପ୍ରଥମ ଅଧିକାର ରହିଛି । ବିକାଶର ସୁଫଳ ସମସ୍ତଙ୍କ ପାଖରେ ପହଞ୍ଚାଇବା ଏବଂ ସାଧାରଣ ଲୋକକୁ ତାର ହକ୍‌ ଦେବା ପାଇଁ ସେ କାମ କରୁଛନ୍ତି ଓ କରିଚାଲିବେ ବୋଲି କହିଥିଲେ ।
ଲୋକସେବା ଭବନରୁ କାର୍ଯ୍ୟକ୍ରମରେ ଯୋଗ ଦେଇ ଯୋଜନା ବୋର୍ଡର ଉପାଧ୍ୟକ୍ଷ ଶ୍ରୀ ସଞ୍ଜୟ ଦାସବର୍ମା ସମଗ୍ର ପୁରୀ ଜିଲ୍ଲାରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ମୁଖ୍ୟମନ୍ତ୍ରୀ ନେଇଥିବା ପଦକ୍ଷେପର ଉଚ୍ଚ ପ୍ରଶଂସା କରିଥିଲେ ।
ଏହି ଅବସରରେ ପିପିଲି ଓ ଡେଲାଙ୍ଗ ଦୁଇଟି ସ୍ଥାନରେ ସଭାର ଆୟୋଜନ କରାଯାଇଥିଲା । ପିପିଲିଠାରେ ଆୟୋଜିତ ସଭାରେ ଉଦ୍‌ବୋଧନ ଦେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ଦାଶ ପିପିଲି ସମେତ ସମଗ୍ର ପୁରୀ ଜିଲ୍ଲାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନେଇଥିବା ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ ।

ଡେଲାଙ୍ଗଠାରେ ଆୟୋଜିତ ସମାବେଶରେ ଯୋଗଦେଇ କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ପୁରୀ ଜିଲ୍ଲାର ବିକାଶରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି ବୋଲି କହିଥିଲେ । ଶ୍ରୀମନ୍ଦିରର ବିକାଶ ପୁରୀ ଜିଲ୍ଲା ପାଇଁ ଆହୁରି ଅଧିକ ପର୍ଯ୍ୟଟକ ଆକୃଷ୍ଟ କରିବ ବୋଲି ସେ କହିଥିଲେ ।

Share on:
WhatsApp
Please follow and like us:

35total visits,2visits today

Post navigation

କର୍ଲାପାଟରେ ହାତୀ ମୃତ୍ୟୁ ଘଟଣା : ଡାକ୍ତର, ଫରେଷ୍ଟର ଓ ଫରେଷ୍ଟଗାର୍ଡଙ୍କୁ ନୋଟିସ
କ’ଣ ପାଇଁ ପିସିଆର ଭ୍ୟାନକୁ ଢେ଼ଲାମାଡ କଲେ ଦେହଜୀବୀ ଜାଣନ୍ତୁ

Related Articles

ନନ୍ଦିନୀଙ୍କ ହାତ ଧରିଲେ କ୍ରୀଡ଼ାମନ୍ତ୍ରୀ

Odisha News Lens
February 25, 2021

ଛାତ୍ରୀଙ୍କ ହାତଗୋଡ ବାନ୍ଧି ଘରେ ନିଆଁ ଲଗାଇଦେଲେ

Odisha News Lens
February 25, 2021

ସୁନାପୁର ବେଳାଭୂମିରେ ବିଶାଳକାୟ ସାର୍କ

Odisha News Lens
February 25, 2021

Leave a Reply Cancel reply

Your email address will not be published. Required fields are marked *

64 − 62 =

ଟ୍ରେଣ୍ଡିଙ୍ଗ ଖବର

  • ସଭା ଖାଁ ଖାଁ, କାନ୍ଦି ପକାଇଲେ ସାଂସଦ
  • ଛାତିଥରା ଦୁର୍ଘଟଣା: କ୍ରୋମାଇଟ ବୋଝେଇ ଡମ୍ପର ତଳେ ୨୫ ମିନିଟ ଚାପି ହୋଇଗଲେ ଦମ୍ପତି
  • ପାଖରେ ଟଙ୍କାଟିଏ ନାହିଁ: ପ୍ରବଚନ ଦେବାକୁ ଅନୁମତି ଲୋଡିଲେ ସାରଥି
  • ରାଜ୍ୟରେ ଏମିତି ସରକାର ଦରକାର ନାହିଁ : ବୈଜୟନ୍ତ
  • ଭୁବନେଶ୍ୱରର ଏସବୁ ଜାଗାରେ ମିଳିବ ପଲ୍ୟୁସନ୍ ସାର୍ଟିଫିକେଟ୍

Like us on Facebook

Recent Posts

  • ବିଶ୍ୱର ସର୍ବବୃହତ୍ ଷ୍ଟାଡିୟମ୍‌ରେ ବିଜୟ ବାନା ଉଡ଼ାଇଲା ଭାରତ
  • ନନ୍ଦିନୀଙ୍କ ହାତ ଧରିଲେ କ୍ରୀଡ଼ାମନ୍ତ୍ରୀ
  • ଛାତ୍ରୀଙ୍କ ହାତଗୋଡ ବାନ୍ଧି ଘରେ ନିଆଁ ଲଗାଇଦେଲେ
  • ସୁନାପୁର ବେଳାଭୂମିରେ ବିଶାଳକାୟ ସାର୍କ
  • ମହିଳା ଓ ଶିଶୁ ବିକାଶ ପାଇଁ ୫ଟି ଅନ୍‌ଲାଇନ୍‌ ସେବା ଲୋକାର୍ପିତ : ଇ-କଳିକା ଠୁ ମମତା ଆପ୍

Subscribe to Our Newsletter

Get new posts by email
Copyright 2011, odishanewslens.com. All rights reserved
  • About Us
  • Contact Us
4129387Total Visitors.