ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୯ହଜାର ଟପିଲା

ନୂଆଦିଲ୍ଲୀ: ଉପରମୁହାଁ ହେଉଛି କରୋନା ସଂକ୍ରମଣ । କାୟା ମେଲାଉଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ । ଦିନକୁ ଦିନ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଦ୍ରୁତ ଗତିରେ ବ୍ୟାପୁଥିବାରୁ ଦେଶବାସୀଙ୍କ ମନରେ ଛନକା ପଶିଛି । କିପରି ଓମିକ୍ରନର ମୁକାବିଲା କରିହେବ, ଏଥିପାଇଁ ସରକାର ବିଭିନ୍ନ ପ୍ରକାର ପଦକ୍ଷପ ନେଉଛନ୍ତି, ତଥାପି ସବୁ କଟକଣାକୁ ଭେଦ କରି ଓମିକ୍ରନ ଦ୍ରୁତ ଗତିରେ ସଂକ୍ରମଣ କରିବାରେ ଲାଗିଛି ।
ଏହାରି ଭିତରେ ଦେଶରେ ୨୯ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ ପଶି ତା’ର କାୟା ବିସ୍ତାର କରିବାରେ ସଫଳ ହୋଇଛି । ଦେଶରେ ୯ହଜାର ପାର୍ କରିଛି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୯ହଜାର ୬୯୨କୁ ଛୁଇଁଛି । କାଲି ଠାରୁ ଆଜି ୪.୩୬ପ୍ରତିଶତ ଅଧିକ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ।
Powered by Froala Editor