ଆଜି ରାଜ୍ୟରେ ୭କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କାରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନର ଦ୍ରୁତ ସଂକ୍ରମଣ ହେତୁ ରାଜ୍ୟବାସୀଙ୍କ ମନରେ ଛନକା ପଶିଛି । ଆଜି ରାଜ୍ୟରେ ୮ହଜାର ୮୪୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ, ଆଉ ୭ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ ରହିଥିବାବେଳେ କଟକ ଜିଲ୍ଲରୁ ଜଣେ, ଯାଜପୁରରୁ ଜଣେ ଓ ଭଦ୍ରକରୁ ଜଣେ, ପୁରୀ ଓ ମୟୂରଭଞ୍ଜରୁ ଜିଲ୍ଲାରୁ ଜଣେ ଲେଖାଏ ରହିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୫୧୪କୁ ବୃଦ୍ଧି ପାଇଛି ।
ଆଜି କରୋନାରୁ ସୁସ୍ଥ ହୋଇଛନ୍ତିି ୧୦ହଜାର ୩୯୦ଜଣ । ଏହାକୁ ମିଶାଇ ଏବେ ସୁଦ୍ଧା ୧୦ ଲକ୍ଷ ୯୯ହଜାର ୪୨୩ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏବେବି ୮୮ହଜାର ୧୫୦ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।
ଗତକାଲି ରାଜ୍ୟରେ ୯ହଜାର ଉପରେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରେ ୮ହଜାର ୮୪୫କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୫୧୨୮ଜଣ ରହିଥିବାବେଳେ ୩୭୧୭ସ୍ଥାନୀୟ ସଂକ୍ରମଣ ରହିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୯୨୭ଜଣ ଛୁଆ ଅଛନ୍ତି । ଯାହା ଚିନ୍ତାର କାରଣ ପାଲଟିଛି ।
Powered by Froala Editor