ଆଜି ଦେଶରେ କରୋନା ନେଲା ୪୮୮ମୁଣ୍ଡ

ନୂଆଦିଲ୍ଲୀ: ଦେଶରେ ଉପରମୁହାଁ କରୋନା ଗ୍ରାଫ । ହୁ ହୁ ହୋଇ ବୃଦ୍ଧି ପାଉଛି ଦୈନିକ ସଂକ୍ରମଣ । ଏହାସହ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ମଧ୍ୟ ଦ୍ରୁତ ଗତିରେ ତା’ର କାୟା ବିସ୍ତାର କରିବାରେ ଲାଗିଛି । ଆଜି ଦେଶରେ ୩ଲକ୍ଷ ୩୭ହଜାର ୭୦୪କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୪୮୮ଜଣ କରୋନାରେ ପ୍ରାଣ ହରାଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ଲକ୍ଷ ୮୮ହଜାର ୮୮୪କୁ ବୃଦ୍ଧି ପାଇଛି ।
ଏବେ ଦେଶରେ କରୋନା ସଂକ୍ରମଣର ସକ୍ରିୟ ମାମଲା ୨୧ଲକ୍ଷ ପାର୍ କରିଛି । ଆଜି ଦେଶରେ କରୋନା ଜନିତ ସକ୍ରିୟ ମାମଲା ରହିଛି ୨୧ଲକ୍ଷ ୧୩ହଜାରରେ ୩୬୫ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ଦେଶରେ କରୋନାରୁ ସୁସ୍ଥ ହେଲେଣି ୩କୋଟି ୬୩ଲକ୍ଷ ୦୧ହଜାର ୪୮୨ଜଣ । ଅନ୍ୟପଟେ କରୋନାର ମୁକାବିଲା ପାଇଁ ଦେଶରେ ଏବେ ବି ଟିକାକରଣ ଜୋରଦାର ଚାଲିଛି ।
Powered by Froala Editor