କେନ୍ଦ୍ରମନ୍ତ୍ରୀ ଙ୍କ ନାଁରେ ଥାନାରେ ମାମଲା ରୁଜୁ
ବାରିପଦା: କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ନାଁରେ ଥାନାରେ ମାମଲା ରୁଜୁ ହୋଇଛି । ବାରିପଦା ଟାଉନ ଥାନାରେ ମନ୍ତ୍ରୀଙ୍କ ବିରୋଧରେ ଏଫଆଇଆର ଦେଲେ ଜିଲ୍ଲା ଯୋଜନା ଓ ପର୍ୟ୍ୟବେକ୍ଷଣ କେନ୍ଦ୍ରର ଦୁଇ ଆହତ ଅଧିକାରୀ । ମନ୍ତ୍ରୀଙ୍କ ବିରୋଧରେ ୫୦/୨୨ରେ ମାମଲା ରୁଜୁ ହେବା ସହ ୩୨୩, ୩୨୫, ୩୪୧, ୨୯୪ ଓ ୫୦୬ ଦଫା ଲଗାଇଛି ପୋଲିସ ।
ଗତକାଲି କେନ୍ଦ୍ରମନ୍ତ୍ରୀଙ୍କ ମାଡରେ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟର ଜିଲ୍ଲା ଯୋଜନା ଓ ପର୍ୟ୍ୟବେକ୍ଷଣ କେନ୍ଦ୍ରର ଦୁଇ ଅଧିକାରୀ ଗୁରୁତର ଆହତ ହୋଇଛନ୍ତି । ସେମାନେ ପିଆରଏମ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଉପନିର୍ଦ୍ଦେଶକ ଅଶ୍ୱିନୀ କୁମାର ମଲ୍ଲିକ ଓ ସହକାରୀ ନିର୍ଦ୍ଦେଶକ ଦେବାଶିଷ ମହାପାତ୍ର ଗୁରୁତର ଆହତ ହୋଇଛନ୍ତି । ଦେବାଶିଷଙ୍କ ବାମ ହାତ ଭାଙ୍ଗି ଯାଇଥିବା ବେଳେ ତାଙ୍କୁ କଟକ ବଡ଼ ହସ୍ପିଟାଲକୁ ସ୍ଥାନାନ୍ତର କରାଯିବ । ବିଜେପି ପାର୍ଟି ଅଫିସ ମଧ୍ୟରେ କବାଟ ବନ୍ଦ କରି ଚେୟାରରେ ଆକ୍ରମଣ କରି ହାତ ଭାଙ୍ଗିବା ସହିତ ବିଶ୍ୱେଶ୍ୱର ପ୍ରବଳ ମାଡ ମାରିଥିବା ଅଭିଯୋଗ ହୋଇଛି ।ଏହି ଦୁଇ ଅଧିକାରୀଙ୍କୁ ମନ୍ତ୍ରୀ ପ୍ରଥମେ ଲୁହା ରଡରେ ଆକ୍ରମଣ କରିବାକୁ ଉଦ୍ୟତ ହୋଇଥିବା ଅଭିଯୋଗ ହୋଇଛି । ପରେ ପ୍ଲାଷ୍ଟିକ ଚେୟାରରେ ସହକାରୀ ନିର୍ଦ୍ଦେଶକଙ୍କୁ ଆକ୍ରମଣ କରିଥିଲେ।
Powered by Froala Editor