ଆଜି ରାଜ୍ୟରେ ୭କରୋନା ଆକ୍ରାନ୍ତ ମୃତ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କାରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନର ଦ୍ରୁତ ସଂକ୍ରମଣ ହେତୁ ରାଜ୍ୟବାସୀଙ୍କ ମନରେ ଛନକା ପଶିଛି । ଆଜି ରାଜ୍ୟରେ ୫ହଜାର ୮୯୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ, ଆଉ ୭ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ରହିଥିବାବେଳେ ଝାରସୁଗୁଡା ଜିଲ୍ଲରୁ ଜଣେ, ଯାଜପୁରରୁ ଜଣେ, ଢେଙ୍କାନାଳ ଓ କେନ୍ଦ୍ରାପଡାରୁ ଜଣେ ଲେଖାଏ ରହିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୫୩୨କୁ ବୃଦ୍ଧି ପାଇଛି ।
Powered by Froala Editor