Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ...

  • ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ...

  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ...

  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ...

  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ...

  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି ...

  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ...

ରାଜ୍ୟ
Home ›› ରାଜ୍ୟ ››ସାଧାରଣତନ୍ତ୍ର ଦିବସ ଅବସରରେ ଏହି ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ

ସାଧାରଣତନ୍ତ୍ର ଦିବସ ଅବସରରେ ଏହି ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ

2022-01-26 06:30:14
15046
Share:
Facebook
Twitter
E-Mail
WhatsApp
Telegram
ସାଧାରଣତନ୍ତ୍ର ଦିବସ ଅବସରରେ ଏହି ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ସାରା ଦେଶ ପାଳୁଛି ୭୩ତମ ସାଧାରଣତନ୍ତ୍ର ଦିବସ । କୋଭିଡ୍ କଟକଣା ମଧ୍ୟରେ ସାରା ଦେଶରେ ସାଧାରଣତନ୍ତ୍ର ଦିବସ ପାଳନ କରାଯାଉଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି,

ପ୍ରିୟ ଭାଇ ଓ ଭଉଣୀମାନେ,

ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ମୋର ଅଭିନନ୍ଦନ ଜଣାଉଛି। ଏହି ଅବସରରେ ଜାତିର ଜନକ ମହାତ୍ମାଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ମୌଲନା ଆଜାଦ, ଡଃ ଆମ୍ବେଦକର, ବୀର ସୁରେନ୍ଦ୍ର ସାଏ, ବକ୍‌ସି ଜଗବନ୍ଧୁ, ଡଃ ରାଜେନ୍ଦ୍ର ପ୍ରସାଦ, ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୁଦନ ଦାସ, ଗୋପବନ୍ଧୁ ଚୌଧୁରୀ, ନବକୃଷ୍ଣ ଚୌଧୁରୀ, ସହିଦ ଲକ୍ଷ୍ମଣ ନାୟକ, ମା ରମାଦେବୀ, ସହିଦ ବାଜି ରାଉତ, ମାଳତୀ ଚୌଧୁରୀ, ପାର୍ବତୀ ଗିରି, ଡଃ ହରେକୃଷ୍ଣ ମହତାବ ଓ ବିଜୁ ପଟ୍ଟନାୟକଙ୍କ ପରି ମହାନ ସଂଗ୍ରାମୀ ମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।

 

ଦେଶର ଏକତା ଓ ସୁରକ୍ଷା ପାଇଁ ବଳିଦାନ ଦେଇଥିବା ଅମର ସହିଦ୍‌ ମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ସେହିପରି ସହିଦ୍ ହୋଇଥିବା ଆମର କୋଭିଡ ଯୋଦ୍ଧା ମାନଙ୍କ ପ୍ରତି ମଧ୍ୟ ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।

 

ଚଳିତ ବର୍ଷ ସାରା ଦେଶ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ କରୁଛି। ମହାନ ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ ତମ ଜୟନ୍ତୀ ମଧ୍ୟ ଚଳିତ ବର୍ଷର ଏକ ଗୁରୁତ୍ବପୂର୍ଣ୍ଣ ଘଟଣା ।

 

ଆମର ସ୍ବାଧୀନତା ସଂଗ୍ରାମ କେବଳ ଏକ ରାଜନୈତିକ ସଂଗ୍ରାମ ନ ଥିଲା । ଏହା ଥିଲା ସମତା ଓ ନ୍ୟାୟ ପାଇଁ ସଂଗ୍ରାମ । ହିଂସା ଓ ଶୋଷଣ ବିରୁଦ୍ଧରେ ସଂଗ୍ରାମ । ଆମର ସଂଗ୍ରାମ କେବଳ ଆମ ପାଇଁ ସ୍ବାଧୀନତା ଆଣି ନଥିଲା । ଏହା ଥିଲା ସାରା ବିଶ୍ବ ପାଇଁ ମାନବତାର ସବୁଠାରୁ ବଡ ବିଜୟ। ଆମର ସ୍ବାଧୀନ ମୂଲ୍ୟବୋଧ ହିଁ ସମସ୍ତ ବିବିଧତା ସତ୍ତ୍ବେ ଭାରତକୁ ମଜବୁତ କରି ରଖିଛି । ବିବିଧତା ହିଁ ଆମର ଶକ୍ତି । ଆମ ଜୀବନଧାରାର ଗୁରୁତ୍ବପୂର୍ଣ୍ଣ ଦିଗ । ଏହାକୁ ଆମେ କେବେ ବି ନଷ୍ଟ ହେବାକୁ ଦେବା ନାହିଁ । 

 

ସେହିପରି ଆମ ସମ୍ବିଧାନ ଏକ ଆଦର୍ଶ ସମ୍ବିଧାନ । ଆମ ଗଣତନ୍ତ୍ରର ଆତ୍ମା । ଏକ ମହାନ ଦେଶର ନାଗରିକ ଭାବରେ ଆମର ସକଳ ଶକ୍ତିର ଆଧାର ହେଉଛି ଆମର ସମ୍ବିଧାନ । ଏକ ସମୃଦ୍ଧ ତଥା ନ୍ୟାୟପୂର୍ଣ୍ଣ ସମାଜ ଗଠନ ପାଇଁ ଏହା ଆମକୁ ସବୁବେଳେ ପ୍ରେରଣା ଦେଇଆସିଛି । ଆମ କଥା ଓ କାର୍ଯ୍ୟରେ ସମ୍ବିଧାନର ମୂଲ୍ୟବୋଧ ପ୍ରତିଫଳିତ ହୋଇପାରିଲେ, ଭାରତ ବିଶ୍ବର ଶ୍ରେଷ୍ଠ ଗଣତାନ୍ତ୍ରିକ ରାଷ୍ଟ୍ର ହୋଇପାରିବ ।

 

ବନ୍ଧୁଗଣ, କରୋନାର ତୃତୀୟ ଲହରୀ ଏବେ ସାରା ବିଶ୍ବରେ ବ୍ୟାପିଛି। ଆମେ ମଧ୍ୟ ଏହାର ମୁକାବିଲା କରୁଛୁ । ମୋର ଅନୁରୋଧ ଆମେ ଭୟଭୀତ ହେବା ନାହିଁ । କରୋନାର ସବୁ ଗାଇଡ ଲାଇନ୍‌ସକୁ ଠିକ୍‌ ଭାବରେ ପାଳନ କରିବା ଏବଂ କରୋନାକୁ ହରାଇବା । ମୋର ବିଶ୍ବାସ, ସମସ୍ତଙ୍କ ସହଯୋଗରେ କରୋନା ଶୀଘ୍ର ଦୂର ହେବ ଏବଂ ଜୀବନ ଜୀବିକା ଆଗଭଳ ପୁଣି ସ୍ବାଭାବିକ ହେବ ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15136
    Oct 03, 2026
  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ

    13554
    Oct 04, 2026
  •  କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ
    ବାଣିଜ୍ୟ

    କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14046
    Oct 04, 2026
  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ...
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ...

    13278
    Oct 04, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ
    ବାଣିଜ୍ୟ

    ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    13720
    Oct 03, 2026
  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...
    ଦେଶ-ଦେଶାନ୍ତର

    ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

    14521
    Oct 03, 2026
  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା

    13447
    Oct 04, 2026
  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ  ନିଖୋଜ
    ଦେଶ-ଦେଶାନ୍ତର

    ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ ନିଖୋଜ

    14640
    Oct 04, 2026
  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ
    ଜିଲ୍ଲା ପରିକ୍ରମା

    ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ

    14989
    Oct 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    13720
    Oct 03, 2026
  • ଦେଶ-ଦେଶାନ୍ତର

    ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ ନିଖୋଜ

    14640
    Oct 04, 2026
  • ବାଣିଜ୍ୟ

    କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14046
    Oct 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17149
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17839
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17804
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18216
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15418
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14090
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15829
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15396
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14769
    Sep 18, 2026

ବାଣିଜ୍ୟ

କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

ପ୍ରାକୃତିକ ତେଲ ତ୍ବଚା ଏବଂ ବାଳ ନିମନ୍ତେ ଅତ୍ୟନ୍ତ ଲାଭଦାୟକ ହୋଇଥାଏ। ନଡ଼ିଆ ତେଲ,ବାଦାମ ତେଲ,ଅଲିଭ ତେଲର ଫାଇଦା ବିଷୟରେ ତ ଆପଣ ଜାଣିଥିବେ କିନ୍ତୁ ଆପଣ କ’ଣ କେବେ ଅଣ୍ଡା ତେଲ ଟ୍ରାଇ କରିଛନ୍ତି? ଆସନ୍ତୁ ଜାଣିବା ଅଣ୍ଡା ତେଲ କିପରି ଭାବରେ ଆମ ବାଳ ପାଇଁ ଲାଭଦାୟକ ହୋଇଥାଏ।

ଅଣ୍ଡା ତେଲ ଅଣ୍ଡାର କେଶର ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    13720
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15381
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15049
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14399
    Sep 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ ନିଖୋଜ

    14640
    Oct 04, 2026
  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15136
    Oct 03, 2026
  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ

    14989
    Oct 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In