ଆଜି ରାଜ୍ୟରେ କରୋନା ନେଲା ୧୦ ମୁଣ୍ଡ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କାରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନର ଦ୍ରୁତ ସଂକ୍ରମଣ ହେତୁ ରାଜ୍ୟବାସୀଙ୍କ ମନରେ ଛନକା ପଶିଛି । ଆଜି ରାଜ୍ୟରେ ୭ହଜାର ୪୨୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ, ଆଉ ୧୦ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ରହିଥିବାବେଳେ ସୁନ୍ଦରଗଡ ଜିଲ୍ଲାରୁ ୪ଜଣ, ଅନୁଗୁଳ ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏ ରହିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୫୪୨କୁ ବୃଦ୍ଧି ପାଇଛି ।
ଆଜି କରୋନାରୁ ସୁସ୍ଥ ହୋଇଛନ୍ତିି ୧୦ହଜାର ୨୪୪ଜଣ । ଏହାକୁ ମିଶାଇ ଏବେ ସୁଦ୍ଧା ୧୧ ଲକ୍ଷ ୪୨ହଜାର ୧୬୧ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏବେବି ୭୪ହଜାର ୫୧୨ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।
Powered by Froala Editor