ଆଜି ଦେଶରେ କରୋନା ନେଲା ୬୨୭ମୁଣ୍ଡ
ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ହ୍ରାସ ପାଉଛି କରୋନା ଗ୍ରାଫ । ଏହାସହ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ମଧ୍ୟ ଦ୍ରୁତ ଗତିରେ ତା’ର କାୟା ବିସ୍ତାର କରିବାରେ ଲାଗିଛି । ଆଜି ଦେଶରେ ୨ଲକ୍ଷ ୫୧ହଜାର୨୦୯କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୬୨୭ଜଣ କରୋନାରେ ପ୍ରାଣ ହରାଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ଲକ୍ଷ ୯୨ହଜାର ୩୨୭କୁ ବୃଦ୍ଧି ପାଇଛି ।
ଏବେ ଦେଶରେ କରୋନା ସଂକ୍ରମଣର ସକ୍ରିୟ ମାମଲା ୨୧ଲକ୍ଷ ଉପରେ ରହିଛି । ଆଜି ଦେଶରେ କରୋନା ଜନିତ ସକ୍ରିୟ ମାମଲା ରହିଛି ୨୧ଲକ୍ଷ ୦୫ହଜାରରେ ୬୧୧ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ଦେଶରେ କରୋନାରୁ ସୁସ୍ଥ ହେଲେଣି ୩କୋଟି ୮୦ଲକ୍ଷ ୨୪ହଜାର ୭୭୧ଜଣ । ଅନ୍ୟପଟେ କରୋନାର ମୁକାବିଲା ପାଇଁ ଦେଶରେ ଏବେ ବି ଟିକାକରଣ ଜୋରଦାର ଚାଲିଛି ।
Powered by Froala Editor