ଆଜି ଦେଶରେ କରୋନା ନେଲା ୮୭୧ମୁଣ୍ଡ
ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ହ୍ରାସ ପାଉଛି କରୋନା ଗ୍ରାଫ । ଏହାସହ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ମଧ୍ୟ ଦ୍ରୁତ ଗତିରେ ତା’ର କାୟା ବିସ୍ତାର କରିବାରେ ଲାଗିଛି । ଆଜି ଦେଶରେ ୨ଲକ୍ଷ ୩୫ହଜାର ୫୩୨କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୮୭୧ଜଣ କରୋନାରେ ପ୍ରାଣ ହରାଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ଲକ୍ଷ ୯୩ହଜାର ୧୯୮କୁ ବୃଦ୍ଧି ପାଇଛି ।
ଏବେ ଦେଶରେ କରୋନା ସଂକ୍ରମଣର ସକ୍ରିୟ ମାମଲା ୨୦ହଜାର ଉପରେ ରହିଛି । ଆଜି ଦେଶରେ କରୋନା ଜନିତ ସକ୍ରିୟ ମାମଲା ରହିଛି ୨୦ଲକ୍ଷ ୪ହଜାରରେ ୩୩୩ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ଦେଶରେ କରୋନାରୁ ସୁସ୍ଥ ହେଲେଣି ୩କୋଟି ୮୩ଲକ୍ଷ ୬୦ ହଜାର ୭୧୦ଜଣ । ଅନ୍ୟପଟେ କରୋନାର ମୁକାବିଲା ପାଇଁ ଦେଶରେ ଏବେ ବି ଟିକାକରଣ ଜୋରଦାର ଚାଲିଛି ।
Powered by Froala Editor