ରାଜ୍ୟରେ ୩୦ଟି ଜିଲ୍ଲାରୁ ୬୯୯୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ଵର : ଗତ ୨୪ ଘଣ୍ଟା ରାଜ୍ୟରେ ୩୦ଟି ଜିଲ୍ଲାରୁ ୬୯୯୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୦୫୪ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୨୯୪୪ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪ ଲକ୍ଷ ୩୫ ହଜାର ୫୧୩ ଜଣ କୁ ଛୁଇଁଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସଂପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରୁ କଟକରୁ ୫୧୭, ସୁନ୍ଦରଗଡ଼ରୁ ୪୭୪, ନୂଆପଡ଼ାରୁ ୪୨୦ ଜଣ,ଝାରସୁଗୁଡ଼ାରୁ ୩୯୬, ବରଗଡ଼ରୁ ୩୩୦, ଅନୁଗୁଳରୁ ୩୨୫,ସମ୍ବଲପୁରରୁ ୩୨୩, ମୟୂରଭଞ୍ଜରୁ ୩୦୮, କଳାହାଣ୍ଡିରୁ ୨୯୨, ପୁରୀରୁ ୨୮୮, ନବରଙ୍ଗପୁରରୁ ୨୫୫ ଓ ବଲାଙ୍ଗିରରୁ ୨୩୬ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଯାଜପୁରରୁ ୨୨୬, ରାୟଗଡ଼ାରୁ ୧୮୧, କେନ୍ଦୁଝରରୁ ୧୬୦ ଜଣ, ସୁବର୍ଣ୍ଣପୁରରୁ ୧୩୧ ଜଣ, ଗଞ୍ଜାମରୁ ୧୨୮ ଜଣ, ଗଜପତି ଓ ନୟାଗଡ଼ରୁ ୧୨୧ ଲେଖାଏଁ, ଜଗତସିଂହପୁରରୁ ୧୦୪ ଜଣ, ବାଲେଶ୍ୱରରୁ ୯୭ଜଣ ,ଖୋର୍ଦ୍ଧା ୯୧୯, ଭଦ୍ରକରୁ ୯୧ ଜଣ, କେନ୍ଦ୍ରାପଡ଼ାରୁ ୭୭ ଜଣ, ଦେବଗଡ଼ରୁ ୭୪ ଜଣ, ବୌଦ୍ଧରୁ ୬୫ ଜଣ, କୋରାପୁଟରୁ ୫୭ ଜଣ, କନ୍ଧମାଳରୁ ୪୫ ଜଣ, ମାଲକାନଗିରିରୁ ୩୦ ଜଣ, ଢେଙ୍କାନାଳରୁ ୨୨ଜଣ ଓ ଷ୍ଟେଟ୍ ପୁଲରୁ ୧୮୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪ ଲକ୍ଷ ୩୫ ହଜାର ୫୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୫୫ ହଜାର ୨୪୫ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୩ ଲକ୍ଷ ୭୫ ହଜାର ୭୨୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୦୧୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
Powered by Froala Editor