ଆଜି ଦେଶରେ କରୋନା ନେଲା ୮୯୩ମୁଣ୍ଡ

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ହ୍ରାସ ପାଉଛି କରୋନା ଗ୍ରାଫ । ଏହାସହ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ମଧ୍ୟ ଦ୍ରୁତ ଗତିରେ ତା’ର କାୟା ବିସ୍ତାର କରିବାରେ ଲାଗିଛି । ଆଜି ଦେଶରେ ୨ଲକ୍ଷ ୩୪ହଜାର ୨୮୧କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୮୯୩ଜଣ କରୋନାରେ ପ୍ରାଣ ହରାଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ଲକ୍ଷ ୯୪ହଜାର ୯୧କୁ ବୃଦ୍ଧି ପାଇଛି ।
ଏବେ ଦେଶରେ କରୋନା ସଂକ୍ରମଣର ସକ୍ରିୟ ମାମଲାରେ ହ୍ରାସ ପରିଲକ୍ଷିତ ହେଉଛି । ଆଜି ଦେଶରେ କରୋନା ଜନିତ ସକ୍ରିୟ ମାମଲା ରହିଛି ୧୮ଲକ୍ଷ ୮୪ହଜାରରେ ୯୩୭ରହିଛି । ବର୍ତ୍ତମାନ ସୁଦ୍ଧା ଦେଶରେ କରୋନାରୁ ସୁସ୍ଥ ହେଲେଣି ୩କୋଟି ୮୭ଲକ୍ଷ ୧୩ହଜାର ୪୯୪ଜଣ । ଅନ୍ୟପଟେ କରୋନାର ମୁକାବିଲା ପାଇଁ ଦେଶରେ ଏବେ ବି ଟିକାକରଣ ଜୋରଦାର ଚାଲିଛି ।
Powered by Froala Editor