ଆଜି ରାଜ୍ୟରେ ୩ହଜାର ୩୯୨କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ଘଣ୍ଟାରେ ରାଜ୍ୟରେ ୩ହଜାର ୩୯୨କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧ହଜାର ୯୩୪ଜଣ ରହିଥିବାବେଳେ ୧ହଜାର ୩୯୫ସ୍ଥାନୀୟ ସଂକ୍ରମଣ ରହିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୫୦୪ଜଣ ଛୁଆ ଅଛନ୍ତି । ଯାହା ଚିନ୍ତାର କାରଣ ପାଲଟିଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ଖୋର୍ଦ୍ଧାରୁ ସର୍ବାଧିକ ୬୪୬ , ଅନୁଗୁଳରୁ ୮୫, କଟକରୁ ୨୯୩, ବାଲେଶ୍ୱରରୁ ୧୪୧, ବରଗଡରୁ ୪୬, ଭଦ୍ରକରୁ ୫୭, ବଲାଙ୍ଗୀରରୁ ୬୭, ବୌଦ୍ଧରୁ ୪୯, ଦେବଗଡରୁ ୬୭, ଢେଙ୍କାନାଳରୁ ୬୧, ଗଜପତିରୁ ୬୪, ଗଞ୍ଜାମରୁ ୪୪, ଜଗତସିଂହପୁରରୁ ୭୦, ଯାଜପୁରରୁ ୯୯, ଝାରସୁଗୁଡାରୁ ୭୪, କଳାହାଣ୍ଡିରୁ ୧୦୭, କନ୍ଧମାଳରୁ ୪୩, କେନ୍ଦ୍ରାପଡାରୁ ୭୩, କେନ୍ଦୁଝରରୁ ୨୧, କେରାପୁଟରୁ ୫୯, ମାଲକାନାଗିରିରୁ ୩୪, ମୟୂରଭଞ୍ଜରୁ ୧୪୫, ନବରଙ୍ଗପୁରରୁ ୯୦, ନୟାଗଡରୁ ୧୨୦, ନୂଆପଡାରୁ ୧୨୯, ପୁରୀରୁ ୫୬, ରାୟଗଡାରୁ ୬୬, ସମ୍ବଲପୁରରୁ ୧୧୫, ସୋନପୁରରୁ ୩୫, ସୁନ୍ଦରଗଡରୁ ୨୩୭, ରାଜ୍ୟପୁଲରୁ ୧୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ବର୍ତ୍ତମାନ ସୁଦ୍ଧା ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୪୯ହଜାର ୨୪୦କୁ ବୃଦ୍ଧି ପାଇଛି ।
Powered by Froala Editor