ଆଜି ଦେଶରେ କରୋନା ନେଲା ୯୫୯ମୁଣ୍ଡ
ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ହ୍ରାସ ପାଉଛି କରୋନା ଗ୍ରାଫ । ଏହାସହ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ମଧ୍ୟ ଦ୍ରୁତ ଗତିରେ ତା’ର କାୟା ବିସ୍ତାର କରିବାରେ ଲାଗିଛି । ଆଜି ଦେଶରେ ୨ଲକ୍ଷ ୯ହଜାର ୯୧୮କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୯୫୯ଜଣ କରୋନାରେ ପ୍ରାଣ ହରାଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ଲକ୍ଷ ୯୫ହଜାର ୫୦କୁ ବୃଦ୍ଧି ପାଇଛି ।
ଏବେ ଦେଶରେ କରୋନା ସଂକ୍ରମଣର ସକ୍ରିୟ ମାମଲାରେ ହ୍ରାସ ପରିଲକ୍ଷିତ ହେଉଛି । ଆଜି ଦେଶରେ କରୋନା ଜନିତ ସକ୍ରିୟ ମାମଲା ରହିଛି ୧୮ଲକ୍ଷ ୩୧ହଜାରରେ ୨୬୮ରହିଛି । ଗତ ୨୪ଘଣ୍ଟାରେ ୨ଲକ୍ଷ ୬୨ହଜାର ୬୨୮ଜଣ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ଦେଶରେ କରୋନାରୁ ସୁସ୍ଥ ହେଲେଣି ୩କୋଟି ୮୯ଲକ୍ଷ ୭୬ହଜାର ୧୨୨ଜଣ । ଅନ୍ୟପଟେ କରୋନାର ମୁକାବିଲା ପାଇଁ ଦେଶରେ ଏବେ ବି ଟିକାକରଣ ଜୋରଦାର ଚାଲିଛି । ଏବେ ସୁଦ୍ଧା ଦେଶରେ ଟିକାକରଣ ସଂଖ୍ୟା ୧୬୬କୋଟି ଟପିଛି । ସେଥିମଧ୍ୟରେ ୮୯କୋଟି ୪୦ଲକ୍ଷରୁ ଅଧିକ ପ୍ରଥମ ଡୋଜ ନେଇଥିବାବେଳେ ୭୦କୋଟି ୮୦ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ ନେଇଛନ୍ତି ।
Powered by Froala Editor