ଆଜି ରାଜ୍ୟରେ ୧୭ମୁଣ୍ଡ ନେଲା କରୋନା
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କାରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନର ଦ୍ରୁତ ସଂକ୍ରମଣ ହେତୁ ରାଜ୍ୟବାସୀଙ୍କ ମନରେ ଛନକା ପଶିଛି । ଗୋଟିଏ ପଟେ କରୋନାର ଦୈନିକ ସଂକ୍ରମଣ ହାର କମିବାରେ ଲାଗିଛି, ଅନ୍ୟପଟେ କରୋନା ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଆଜି ରାଜ୍ୟରେ ୩ହଜାର ୮୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ, ଆଉ ୧୭ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି ।
ଅଡିଟ୍ ପ୍ରୋସେସରେ ଆଉ ୧୭ଜଣଙ୍କ ମୃତୁ୍ୟ ନେଇ ସ୍ୱାସ୍ଥ୍ୟ ବିଭାଗର ସୂଚନା ଦିଆଯାଇଛି । କଟକ ଜିଲ୍ଲାରୁ ସର୍ବାଧିକ ୪ କରୋନା ସଂକ୍ରମିତଙ୍କ ମୃତୁ୍ୟ ଘଟିଥିବା ବେଳେ ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ମୃତୁ୍ୟ ଘଟିଛି । ଅନୁଗୋଳ, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତୁ୍ୟ ଘଟିଥିବା ବେଳେ ଗଞ୍ଜାମ, କେନ୍ଦ୍ରାପଡ଼ା, ଯାଜପୁର, ମାଲକାନଗିରି, ରାୟଗଡ଼ାରୁ ଜଣେ ଲେଖାଏଁ ରୋଗୀଙ୍କ ମୃତୁ୍ୟ ଘଟିଛି ।
ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୬୨୯କୁ ବୃଦ୍ଧି ପାଇଛି । ଆଜି କରୋନାରୁ ସୁସ୍ଥ ହୋଇଛନ୍ତିି ୮ହଜାର ୧୮୧ଜଣ ।ଏହାକୁ ମିଶାଇ ଏବେ ସୁଦ୍ଧା ୧୨ଲକ୍ଷ ୧ହଜାର ୫୪୬ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଏବେବି ୪୨ହଜାର ୯୮ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।
ଗତ ୨୪ଘଣ୍ଟାରେ ରାଜ୍ୟରେ ୩ହଜାର ୮୬କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧ହଜାର ୭୯୭ଜଣ ରହିଥିବାବେଳେ ୧ହଜାର ୨୮୯ସ୍ଥାନୀୟ ସଂକ୍ରମଣ ରହିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୪୫୪ଜଣ ଛୁଆ ଅଛନ୍ତି । ଯାହା ଚିନ୍ତାର କାରଣ ପାଲଟିଛି ।
Powered by Froala Editor