ରାଜ୍ୟରେ ସୁସ୍ଥ ହେଲେ ୮୧୮୧ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କାରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ଘଣ୍ଟାରେ ରାଜ୍ୟରେ ୩ହଜାର ୮୬କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ସହିତ ରାଜ୍ୟରେ ୧୭ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ଘଟିଛି ।
ଏହି ସମୟ ମଧ୍ୟରେ ରାଜ୍ୟରେ ୮୧୮୧ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶଇ ରାଜ୍ୟରେ ଏଯାଏ ମୋଟ ୧୨ଲକ୍ଷ ୧ହଜାର ୫୪୬ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ।
ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୦୭୬ଜଣ ରହିଥିବାବେଳେ ସୁନ୍ଦରଗଡରୁ ୫୦୧ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor