ଆଜିଠୁ ରାଜ୍ୟରେ କମିବ ଶୀତ
ଭୁବନେଶ୍ୱର: ଆଜିଠୁ ରାଜ୍ୟରେ କମିବ ଶୀତ । ଗତ କିଛି ଦିନ ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେଉଥିଲା । ଅସହ୍ୟ ଶୀତରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିଲା। ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଥିଲା । ଦିନ ୯ଟା ପର୍ଯ୍ୟନ୍ତ ଖରାର ଦେଖା ମିଳୁନଥିଲା ।
ତେବେ ଆଜିଠୁ ଶୀତ କମିବା କାରଣରୁ ରାଜ୍ୟବାସୀଙ୍କୁ ସାମାନ୍ୟ ଆଶ୍ୱସ୍ତ ମିଳିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।
୩ରୁ ୪ ଡିଗ୍ରୀ ବଢିବ ତାପମାତ୍ରା । ଅନ୍ୟପଟେ ଆସନ୍ତାକାଲିଠୁ ରାଜ୍ୟରେ ବର୍ଷା ଆଶଙ୍କା । ୩ ଓ ୪ ତାରିଖରେ ରାଜ୍ୟର କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୩ ତାରିଖରେ ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, ଓ କେନ୍ଦୁଝର ଆଦି ଜିଲ୍ଲାର ଘଡଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।
ସେହିପରି ୪ ତାରିଖ ବର୍ଷା ବଢିବା ସହ ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କୁଆ ପଥର ବର୍ଷା ସମ୍ଭାବନା ରହିଛି । ଏଣୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିବା ସହ ଚାଷୀଙ୍କୁ ଫସଲ ସୁରକ୍ଷିତ ରଖିବାକୁ ପାଣିପାଗ ବିଭାଗ ପରାମର୍ଶ ଜାରି କରିଛି ।
Powered by Froala Editor