ବର୍ଷା ପାଇଁ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ କମିଛି ଶୀତ । ଆସନ୍ତା ୨ ଦିନରେ ରାତ୍ରି ତାପମାତ୍ରା ୩ ଡିଗ୍ରି ବଢିବାର ସମ୍ଭାବନା ରହିଛି । ଏହା ପରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ । କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡା, ନୟାଗଡ ଓ କଟକ ଆଦି ଜିଲ୍ଲାର କେତେକ ସ୍ଥାନରେ ଘନ କୁହୁଡି ପଡିବାର ସମ୍ଭାବନା ରହିଛି । ଏଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୬ ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି ।
ପଶ୍ଚିମା ଝଡ ପ୍ରଭାବରେ ଆସନ୍ତାକାଲି ସୁନ୍ଦରଗଡ, କେନ୍ଦୁଝର, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ ଓ ମୟୂରଭଞ୍ଜ ଜିଲ୍ଲା ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି ୪ ତାରିଖ ଦିନ ରାଜ୍ୟର କେତେକ ସ୍ଥାନରେ ବର୍ଷା ଓ କୁଆପଥର ବର୍ଷା ହୋଇପାରେ । କେନ୍ଦ୍ରର ସୂଚନାନୁଯାୟୀ, ୪ ତାରିଖ ଦିନ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି, ଘଡଘଡି ସହ ବର୍ଷା ହେବ ।
ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଆଦି ଜିଲ୍ଲାରେ କୁଆପଥର ବର୍ଷାର ସମ୍ଭାବନା ରହିଛି । ଏଣୁ ୩ ଓ ୪ ତାରିଖ ପାଇଁ ଉକ୍ତ ଜିଲ୍ଲାଗୁଡିକରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଆସନ୍ତା ୨୪ଘଣ୍ଟାରେ ରାଜଧାନୀ ସମେତ ଆଖପାଖ ଅଞ୍ଚଳର ପାଗ ଶୁଖିଲା ରହିବ । ଦିନର ସର୍ବୋଚ୍ଚ ତାପମାତ୍ରା ୩୧ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରି ମଧ୍ୟରେ ରହିବ ।
Powered by Froala Editor