ଆଜି ଦେଶରେ କରୋନା ନେଲା ୧୭୩୩ ମୁଣ୍ଡ
ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ହ୍ରାସ ପାଉଛି କରୋନା ଗ୍ରାଫ । ଏହାସହ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ମଧ୍ୟ ଦ୍ରୁତ ଗତିରେ ତା’ର କାୟା ବିସ୍ତାର କରିବାରେ ଲାଗିଛି । ଆଜି ଦେଶରେ ୧ଲକ୍ଷ ୬୧ହଜାର ୩୬୮କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧୭୩୩ଜଣ କରୋନାରେ ପ୍ରାଣ ହରାଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ଲକ୍ଷ ୯୭ହଜାର ୯୭୫କୁ ବୃଦ୍ଧି ପାଇଛି ।
ଏବେ ଦେଶରେ କରୋନା ସଂକ୍ରମଣର ସକ୍ରିୟ ମାମଲାରେ ହ୍ରାସ ପରିଲକ୍ଷିତ ହେଉଛି । ଆଜି ଦେଶରେ କରୋନା ଜନିତ ସକ୍ରିୟ ମାମଲା ରହିଛି ୧୬ଲକ୍ଷ ୨୧ହଜାରରେ ୬୦୩ରହିଛି । ଗତ ୨୪ଘଣ୍ଟାରେ ୨ଲକ୍ଷ ୮୧ହଜାର ୧୦୯ଜଣ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ଦେଶରେ କରୋନାରୁ ସୁସ୍ଥ ହେଲେଣି ୩କୋଟି ୯୫ଲକ୍ଷ ୧୧ହଜାର ୩୦୭ଜଣ । ଅନ୍ୟପଟେ କରୋନାର ମୁକାବିଲା ପାଇଁ ଦେଶରେ ଏବେ ବି ଟିକାକରଣ ଜୋରଦାର ଚାଲିଛି । ଏବେ ସୁଦ୍ଧା ଦେଶରେ ଟିକାକରଣ ସଂଖ୍ୟା ୧୬୭କୋଟି ୩୦ଲକ୍ଷ ଟପିଛି ।
ମୃତୁ୍ୟସଂଖ୍ୟା ବଢିବା ଯୋଗୁଁ ଶ୍ମଶାନ, କବରସ୍ତାନ ସମ୍ମୁଖରେ ଧାଡିଧାଡି ମୃତ ଦେହ ଅନ୍ତିମ ସଂସ୍କାର ପାଇଁ ଲମ୍ବା ଲାଇନ ଲାଗି ରହିଥିବା ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳୁଛି ।
Powered by Froala Editor