ଆଜି ରାଜ୍ୟରେ ୧୮ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କାରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନର ଦ୍ରୁତ ସଂକ୍ରମଣ ହେତୁ ରାଜ୍ୟବାସୀଙ୍କ ମନରେ ଛନକା ପଶିଛି । ଗୋଟିଏ ପଟେ କରୋନାର ଦୈନିକ ସଂକ୍ରମଣ ହାର କମିବାରେ ଲାଗିଛି, ଅନ୍ୟପଟେ କରୋନା ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଆଜି ରାଜ୍ୟରେ ୩ହଜାର ୬୨୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ, ଆଉ ୧୮ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି ।
ଅଡିଟ୍ ପ୍ରୋସେସରେ ଆଉ ୧୮ଜଣଙ୍କ ମୃତୁ୍ୟ ନେଇ ସ୍ୱାସ୍ଥ୍ୟ ବିଭାଗର ସୂଚନା ଦିଆଯାଇଛି । ମୃତକଙ୍କ ମଧ୍ୟରେ କଟକ, ଜଗତସିଂହପୁର, ଭଦ୍ରକ, ଖୋର୍ଦ୍ଧା, ସୁନ୍ଦରଗଡ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବାବେଳେ ବାଲେଶ୍ୱର, ଦେବଗଡ, ନୟାଗଡା ଜିଲ୍ଲାରେ ଜଣେ ଲେଖାଏଁ କରୋନା ରୋଗୀଙ୍କ ମୃତୁ୍ୟ ଘଟିଛି ।
ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୬୬୬କୁ ବୃଦ୍ଧି ପାଇଛି । ଆଜି କରୋନାରୁ ସୁସ୍ଥ ହୋଇଛନ୍ତିି ୬ହଜାର ୬୭ଜଣ । ଏହାକୁ ମିଶାଇ ଏବେ ସୁଦ୍ଧା ୧୨ଲକ୍ଷ ୧୫ହଜାର ୩୮୦ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏବେବି ୩୫ହଜାର ୩୦୬ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।
Powered by Froala Editor