ଆଜି ରାଜ୍ୟରେ ୨୩ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କାରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନର ଦ୍ରୁତ ସଂକ୍ରମଣ ହେତୁ ରାଜ୍ୟବାସୀଙ୍କ ମନରେ ଛନକା ପଶିଛି । ଗୋଟିଏ ପଟେ କରୋନାର ଦୈନିକ ସଂକ୍ରମଣ ହାର କମିବାରେ ଲାଗିଛି, ଅନ୍ୟପଟେ କରୋନା ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଆଜି ରାଜ୍ୟରେ ୨ହଜାର ୬୯୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ, ଆଉ ୨୩ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି ।
ଅଡିଟ୍ ପ୍ରୋସେସରେ ଆଉ ୨୩ଜଣଙ୍କ ମୃତୁ୍ୟ ନେଇ ସ୍ୱାସ୍ଥ୍ୟ ବିଭାଗର ସୂଚନା ଦିଆଯାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୭, ସୁନ୍ଦରଗଡରୁ ୩, ଭଦ୍ରକ, ଜଗତସିଂହପୁର, ଗଞ୍ଜମ, କେନ୍ଦ୍ରାପଡାରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ମୃତୁ୍ୟ ଘଟିଥିବା ବେଳେ ବାଲେଶ୍ୱର, ଢେଙ୍କାନାଳ ଓ ଯାଜପୁରରୁ ଜଣେ ଲେଖାଏଁ ଓ କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଥିବା ସୂଚନା ମିଳିଛି ।
ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୬୮୯କୁ ବୃଦ୍ଧି ପାଇଛି । ଆଜି କରୋନାରୁ ସୁସ୍ଥ ହୋଇଛନ୍ତିି ୭ହଜାର ୪୮୭ଜଣ । ଏହାକୁ ମିଶାଇ ଏବେ ସୁଦ୍ଧା ୧୨ଲକ୍ଷ ୨୨ହଜାର ୮୬୭ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏବେବି ୩୦ହଜାର ୪୯୩ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।
Powered by Froala Editor