କମିଲା ପେଟ୍ରୋଲ, ଡିଜେଲ ଦର, ଜାଣନ୍ତୁ କେତେ

ଭୁବନେଶ୍ୱର: କମିଲା ପେଟ୍ରୋଲ ଦର । ତୈଳ କମ୍ପାନୀ ପକ୍ଷରୁ ଆଜିର ପେଟ୍ରୋଲ- ଡିଜେଲ ଦର ଜାରି କରିଦିଆଯାଇଛି । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୨ ଟଙ୍କା ୧୦ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୧ ଟଙ୍କା ୯୧ ପଇସା ରହିଛି ।
ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୫ ଟଙ୍କା ୪୧ ପଇସା ଓ ଡିଜେଲ ଦର ୮୬ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୯ ଟଙ୍କା ୯୮ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୧୪ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୪ ଟଙ୍କା ୬୭ ପଇସା ଥିବାବେଳେ ଡିଜେଲ ଦର ୮୯ ଟଙ୍କା ୭୯ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୧ ଟଙ୍କା ୪୦ ପଇସା ଥିବା ବେଳେ ଡିଜେଲ ଦାମ ୯୧ ଟଙ୍କା ୪୩ ପଇସା ରହିଛି ।
ପେଟ୍ରୋଲ ଏବଂ ଡିଜେଲ ଦାମ୍ ଏସଏମଏସ୍ ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ ।
ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡୁ୍ୟଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ ।
Powered by Froala Editor