ଆଜି ଦେଶରେ କରୋନା ନେଲା ୧୦୫୯ମୁଣ୍ଡ
ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ହ୍ରାସ ପାଉଛି କରୋନା ଗ୍ରାଫ । ଏହାସହ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ମଧ୍ୟ ଦ୍ରୁତ ଗତିରେ ତା’ର କାୟା ବିସ୍ତାର କରିବାରେ ଲାଗିଛି । ଆଜି ଦେଶରେ ୧ଲକ୍ଷ ୨୭ହଜାର ୯୫୨କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧୦୫୯ଜଣ କରୋନାରେ ପ୍ରାଣ ହରାଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ଲକ୍ଷ ୧ହଜାର ୧୧୪କୁ ବୃଦ୍ଧି ପାଇଛି ।
ଏବେ ଦେଶରେ କରୋନା ସଂକ୍ରମଣର ସକ୍ରିୟ ମାମଲାରେ ହ୍ରାସ ପରିଲକ୍ଷିତ ହେଉଛି । ଆଜି ଦେଶରେ କରୋନା ଜନିତ ସକ୍ରିୟ ମାମଲା ରହିଛି ୧୩ଲକ୍ଷ ୩୧ହଜାରରେ ୬୪୮ରହିଛି । ବର୍ତ୍ତମାନ ସୁଦ୍ଧା ଦେଶରେ କରୋନାରୁ ସୁସ୍ଥ ହେଲେଣି ୪କୋଟି ୨ଲକ୍ଷ ୪୭ହଜାର ୯୦୨ଜଣ । ଅନ୍ୟପଟେ କରୋନାର ମୁକାବିଲା ପାଇଁ ଦେଶରେ ଏବେ ବି ଟିକାକରଣ ଜୋରଦାର ଚାଲିଛି ।
Powered by Froala Editor