ପୁଣି ଭିଜିଲାନ୍ସ ଜାଲରେ ଫଶିଲେ ଆଉ ଜଣେ ସରକାରୀ ବାବୁ
ରାଉରକେଲା: ଆଜି ପୁଣି ଭିଜିଲାନ୍ସ ଜାଲରେ ଫଶିଛନ୍ତି ଆଉ ଜଣେ ସରକାରୀ ବାବୁ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରାଉରକେଲାର ଆସିଷ୍ଟାଣ୍ଟ କଲେକ୍ଟର ମନୋରଞ୍ଜନ ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି ।
ମନୋରଞ୍ଜନଙ୍କ ଛେଣ୍ଡ୍ ସ୍ଥିତ ୨ଟି ଘର, କାର୍ଯ୍ୟାଳୟ , ଭୁବନେଶ୍ୱର ଗୋଠପଟାଣାରେ ଥିବା ଅପାଟମେଣ୍ଟ ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି ।
ରାଉରକେଲା, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଦେବଗଡ଼ର ଜିଲ୍ଲାର ଭିଜିଲାନ୍ସ ଟିମ୍ ମିଳିତ ଭାବେ ଏହି ଚଢାଉ କରିଛନ୍ତି । ବର୍ତ୍ତମାନ ଯାଏ ଭିଜିଲାନ୍ସ କିଛି ସରକାରୀ କାଗଜପତ୍ର ଜବତ କରିବା ସହିତ ବିଶେଷ ତଥ୍ୟ ମିଳିପାରିନାହିଁ । ଚଢାଉ ଜାରି ରହିଥିବାବେଳେ କେତେ ଟଙ୍କାର ସମ୍ପତ୍ତି ଜବତ ହୋଇଛି, ସେ ନେଇ ସବିଶେଷ ତଥ୍ୟ ମିଳିନାହିଁ ।
Powered by Froala Editor