ଆଜି ଦେଶରେ କରୋନା ନେଲା ୮୯୫ମୁଣ୍ଡ
ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ହ୍ରାସ ପାଉଛି କରୋନା ଗ୍ରାଫ । ଏହାସହ କରୋନାର ନୂଆ ଭାରିଆ ଓମିକ୍ରନ ମଧ୍ୟ ଦ୍ରୁତ ଗତିରେ ତା’ର କାୟା ବିସ୍ତାର କରିବାରେ ଲାଗିଛି । ଆଜି ଦେଶରେ ୬୭ହଜାର ୫୯୭କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧୧୮୮ଜଣ କରୋନାରେ ପ୍ରାଣ ହରାଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ଲକ୍ଷ ୪ହଜାର ୬୨କୁ ବୃଦ୍ଧି ପାଇଛି ।
ଏବେ ଦେଶରେ କରୋନା ସଂକ୍ରମଣର ସକ୍ରିୟ ମାମଲାରେ ହ୍ରାସ ପରିଲକ୍ଷିତ ହେଉଛି । ଆଜି ଦେଶରେ କରୋନା ଜନିତ ସକ୍ରିୟ ମାମଲା ରହିଛି ୯ଲକ୍ଷ ୯୪ହଜାରରେ ୮୯୧ରହିଛି । ଦେଶରେ ଆରୋଗ୍ୟଙ୍କ ସଂଖ୍ୟା ୪କୋଟି ୮ଲକ୍ଷ ୪୦ହଜାର ୬୫୮ ରେ ପହଞ୍ଚି ଯାଇଛି । ଅନ୍ୟପଟେ କରୋନାର ମୁକାବିଲା ପାଇଁ ଦେଶରେ ଏବେ ବି ଟିକାକରଣ ଜୋରଦାର ଚାଲିଛି ।
Powered by Froala Editor