ଆଜି ଦେଶରେ ୬୭ହଜାର ୫୯୭ ପଜିଟିଭ୍
ନୂଆଦିଲ୍ଳୀ: ଦେଶରେ ଦିନକୁ ଦିନ ହ୍ରାସ ପାଉଛି କରୋନା ଗ୍ରାଫ । ଏହାସହ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ମଧ୍ୟ ଦ୍ରୁତ ଗତିରେ ତା’ର କାୟା ବିସ୍ତାର କରିବାରେ ଲାଗିଛି । ଆଜି ଦେଶରେ ଲକ୍ଷେ ତଳେ ରହିଛି କରୋନା ସଂକ୍ରମଣ । ଗତ ୨୪ଘଣ୍ଟାରେ ୬୭ହଜାର ୫୯୭ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏବେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪କୋଟି ପାର୍ କରିଛି । ଦେଶରେ ଦୈନିକ ପଜିଟିଭ୍ ହାର ୫.୦୨ପ୍ରତିଶତ ରହିଛି । ଆରମ୍ଭରୁ ଇତି ମଧ୍ୟରେ ମୋଟ ୪କୋଟି ୨୩ଲକ୍ଷ ୩୯ହଜାର ୬୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଗତ ୨୪ଘଣ୍ଟାରେ ଦେଶର ୭ଟି ରାଜ୍ୟ ମଧ୍ୟରେ କେରଳର ସର୍ବାଧିକ ୨୨ହଜାର ୫୨୪ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ସେହିପରି ମହାରାଷ୍ଟ୍ରରେ ୬ହଜାର ୪୩୬, କର୍ଣ୍ଣାଟକରେ ୬ହଜାର ୧୫୧, ତାମିଲନାଡୁରେ ୫ହଜାର ୧୦୪ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜସ୍ଥାନରେ ୨ହଜାର ୨୯୮, ଗୁଜୁରାଟରେ ୩ହଜାର ୯୦୯ ଏବଂ ଆନ୍ଧ୍ରପ୍ରଦେଶରେ ୨ହଜାର ୫୯୭ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ୯ଲକ୍ଷ ଉପରେ ରହିଛି । ଦେଶରେ ସକ୍ରିୟ ମାମଲା ରହିଛି ୯ଲକ୍ଷ ୯୪ହଜାର ୮୯୧ ରହିଛି । ଦିନକରେ କରୋନାକୁ ଆଉ ୧ଲକ୍ଷ ୮୦ହଜାର ୪୫୬ ଜଣ ଲୋକ ମାତ ଦେଇଛନ୍ତି । ଫଳରେ ଦେଶରେ ଆରୋଗ୍ୟଙ୍କ ସଂଖ୍ୟା ୪କୋଟି ୮ଲକ୍ଷ ୪୦ହଜାର ୬୫୮ ରେ ପହଞ୍ଚି ଯାଇଛି । ଦେଶରେ ଟିକାକରଣ ପ୍ରକ୍ରିୟା ମଧ୍ୟ ଦ୍ରୁତ ବେଗରେ ଚାଲିଛି । ବର୍ତ୍ତମାନ ସୁଦ୍ଧା ଦେଶରେ ଟିକାକରଣ ସଂଖ୍ୟା ୧୭୦କୋଟି ୨୦ଳକ୍ଷ ଟପିଛି । ସେଥିମଧ୍ୟରୁ ୯୦କୋଟି ୧୦ଲକ୍ଷରୁ ଅଧିକ ପ୍ରଥମ ଡୋଜ୍ ନେଇଥିବାବେଳେ ୭୨କୋଟି ୮୦ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍ ନେଇଛନ୍ତି ।
Powered by Froala Editor