Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ...

  • ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ ...

  • ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ

  • ଅନୁମତି ନଥିବା କହି ଇରାନ ଫେରାଇ ଦେଲା ...

  • ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ

  • ଏଲପିଜି ବୁକିଂ ନିୟମକୁ ନେଇ ସରକାରଙ୍କ ...

  • ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍

  • ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ...

  • ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ ...

  • ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

ରାଜ୍ୟ
Home ›› ରାଜ୍ୟ ››୫ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର, କାହିିଁକି ଜାଣନ୍ତୁ

୫ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର, କାହିିଁକି ଜାଣନ୍ତୁ

2022-02-09 05:12:00
13796
Share:
Facebook
Twitter
E-Mail
WhatsApp
Telegram
୫ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର, କାହିିଁକି ଜାଣନ୍ତୁ


ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକ ମୂଲ୍ୟ ବୋଧ ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ମଧ୍ୟ ସବୁବେଳେ  ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି ।ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ଉତ୍ତମ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।

 

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ଏବଂ ଏଥିରେ ବିଭିନ୍ନ କ୍ଷେତ୍ରରେ ଅଧିକାରୀ, ଯଥା - ଇଞ୍ଜିନିୟର, ସିଡିପିଓ, ଅଙ୍ଗନବାଡୀ ସୁପରଭାଇଜର, ପୋଲିସ ଇନ୍ସପେକ୍ଟର, ରେଭେନ୍ୟୁ ସୁପରଭାଇଜର ପ୍ରମୁଖ ଅନ୍ତର୍ଭୁକ୍ତ । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୪୬ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ  ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ।    

 

ଏହି  ୫ ଜଣଙ୍କ ମଧ୍ୟରୁ ମୟୂରଭଂଜ ଜିଲ୍ଲା ବାରିପଦା ଆଇ.ଟି.ଡି.ଏ ର ଆସିଷ୍ଟାଣ୍ଟ ଇଂଜିନିୟର ସନ୍ତୋଷ କୁମାର ଦାସଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି। ତାଙ୍କ ବିରୋଧରେ ୨.୮୦ କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ରହିଛି । ସେଥିପାଇଁ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା। ଏହି ଆୟ ବହିର୍ଭୁତ ସମ୍ପତ୍ତି ମଧ୍ୟରେ ୪୧.୭୭ ଲକ୍ଷ ଟଙ୍କା ତାଙ୍କ ଘରୁ ନଗଦ ଜବତ କରାଯାଇଥିଲା । ତାଙ୍କର ଭୁବନେଶ୍ବର ବରଗଡରେ ଏକ ଦୁଇତାଲା ବିଶିଷ୍ଟ ଘର, ଶୈଳଶ୍ରୀ ବିହାରରେ ଏକ ଫ୍ଲାଟ୍, କଳିଙ୍ଗ ବିହାରରେ ଏକ ଅର୍ଦ୍ଧନିର୍ମିତ ବିଲ୍ଡିଂ ରହିଛି । ଏହା ସହିତ ବାଲେଶ୍ବରରେ ୩ଟି ପ୍ଲଟ୍ ମଧ୍ୟ ଅଛି । ଅପାରଗତା, ଅସାଧୁତା ଓ ଆର୍ଥିକ ଅନିୟମିତତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

 

ଜଗତସିଂହପୁର ଜିଲ୍ଲା ବାଲିକୁଦାର ଗୋଷ୍ଠୀ ଉନ୍ନୟନ ପ୍ରକଳ୍ପ ଅଧିକାରୀ (ସିଡିପିଓ)  ସରଳା ଦେଇଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ୨୦ ହଜାର ଟଙ୍କା ଲାଞ୍ଚ ଦାବୀ କରି ଗ୍ରହଣ କରୁଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ।  ଦୁର୍ନୀତି ନିବାରଣ ବିଭାଗର ଅନୁସଂଧାନରୁ ଜଣାଯାଇଛି ଯେ ତାଙ୍କର ଭୁବନେଶ୍ବରରେ ୫ଟି ପ୍ଲଟ, ପିପିଲିରେ ଗୋଟିଏ ପ୍ଲଟ ଓ ଜଗତସିଂହପୁରରେ ଦୁଇଟି ପ୍ଲଟ ରହିଛି । ତା ସହିତ ଜଗତସିଂପୁରରେ ଗୋଟିଏ ଦୁଇତାଲା ବିଲ୍ଡିଂ ଅଛି । ଏହାସହିତ ଟଙ୍କା ଓ ସୁନାଗହଣା ଜବତ କରାଯାଇଛି । ଅପାରଗତା ଓ ଅସାଧୁତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

 

ଜଗତସିଂହପୁର ବାଲିକୁଦାର ଅଙ୍ଗନବାଡି ସୁପରଭାଇଜର ପ୍ରତିମା ସାହୁଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ଅଛି। ଲାଞ୍ଚ ଦାବୀ କରି ଗ୍ରହଣ କରୁଥିବା ବେଳେ ସେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ । ତାଙ୍କୁ ଗିରଫ କରାଯାଇ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା । ଅପାରଗତା ଓ ଅସାଧୁତା   ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

 

ଅନୁଗୁଳ ପୋଲିସ ଟ୍ରେନିଂ କଲେଜର ପୋଲିସ ଇନ୍‌ସପେକ୍ଟର ରାମଚନ୍ଦ୍ର ବେହେରାଙ୍କ ନାମରେ ଅନେକ ଅଭିଯୋଗ ରହିଥିଲା । ଅପାରଗତା ଓ ବିଶୃଙ୍ଖଳ ଆଚରଣ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

 

ସେହିପରି କେନ୍ଦୁଝର ଜିଲ୍ଲା ସଦର ତହସିଲଦାରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ରେଭିନ୍ୟୁ ସୁପରଭାଇଜର (Revenue Supervisor) ହୃଦାନନ୍ଦ ସାହୁଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ଜମିଜମା ମାପଚୁପ ସମୟରେ ଜଣେ ବ୍ୟକ୍ତିଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ଦାବୀ କରି ଗ୍ରହଣ କରୁଥିବା ବେଳେ, ସେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ । ଅସାଧୁ କାର୍ଯ୍ୟକଳାପ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

 

ମୋ ସରକାର ତଥା ଅନ୍ୟ ସୂତ୍ରରୁ ମିଳିଥିବା feedbackକୁ ମଧ୍ୟ ବିଚାର କୁ ନିଆଯାଇ କାର୍ଯାନୁଷ୍ଠାନ ଗ୍ରହଣ କରାଯାଇଛି ।

 

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ନିକଟରେ ଜଣେ ବରିଷ୍ଠ ଭାରତୀୟ ବନସେବା ଅଧିକାରୀ ଓ ଜଣେ ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର କରିଛନ୍ତି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୪୬ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍
    ଦେଶ-ଦେଶାନ୍ତର

    ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍

    14217
    Mar 25, 2026
  • ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା
    ମନୋରଞ୍ଜନ

    ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

    14044
    Mar 24, 2026
  • ୟୁଏଇ ନଷ୍ଟ କଲା  ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ଓ ୧୭ଟି ଡ୍ରୋନ
    ଦେଶ-ଦେଶାନ୍ତର

    ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ଓ ୧୭ଟି ଡ୍ରୋନ

    14497
    Mar 25, 2026
  • ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ
    ଦେଶ-ଦେଶାନ୍ତର

    ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ

    14317
    Mar 25, 2026
  • ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ
    ଦେଶ-ଦେଶାନ୍ତର

    ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ

    15155
    Mar 25, 2026
  • ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ କଲେ ବାଦଶାହ
    ମନୋରଞ୍ଜନ

    ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ କଲେ ବାଦଶାହ

    14052
    Mar 24, 2026
  • ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
    ଦେଶ-ଦେଶାନ୍ତର

    ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

    14750
    Mar 25, 2026
  • ଏଲପିଜି ବୁକିଂ ନିୟମକୁ ନେଇ ସରକାରଙ୍କ ସ୍ପଷ୍ଟୀକରଣ
    ଦେଶ-ଦେଶାନ୍ତର

    ଏଲପିଜି ବୁକିଂ ନିୟମକୁ ନେଇ ସରକାରଙ୍କ ସ୍ପଷ୍ଟୀକରଣ

    14117
    Mar 25, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....
    ବିଶେଷ

    କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    14849
    Mar 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍

    14217
    Mar 25, 2026
  • ଦେଶ-ଦେଶାନ୍ତର

    ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

    14750
    Mar 25, 2026
  • ବିଶେଷ

    କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    14849
    Mar 25, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17384
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17449
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17797
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16268
    Apr 03, 2021

ବିଶେଷ

  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    14849
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14912
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13944
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15095
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15642
    Mar 19, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15016
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15526
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13823
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14265
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅନୁମତି ନଥିବା କହି ଇରାନ ଫେରାଇ ଦେଲା ପାକିସ୍ତାନ ଜାହଜ

    13725
    Mar 25, 2026
  • ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ

    14317
    Mar 25, 2026
  • ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

    14044
    Mar 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In