ଆଜି ଦେଶରେ ୫୮ହଜାର ୭୭ ପଜିଟିଭ୍

ନୂଆଦିଲ୍ଳୀ: ଦେଶରେ ଦିନକୁ ଦିନ ହ୍ରାସ ପାଉଛି କରୋନା ଗ୍ରାଫ । ଏହାସହ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ମଧ୍ୟ ଦ୍ରୁତ ଗତିରେ ତା’ର କାୟା ବିସ୍ତାର କରିବାରେ ଲାଗିଛି । ଗତ ୨୪ଘଣ୍ଟାରେ ୫୮ହଜାର ୭୭ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏବେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪କୋଟି ପାର୍ କରିଛି । ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪କୋଟି ୩୦ଲକ୍ଷ ୫୯ହଜାର ୩୭ରେ ପହଞ୍ଚିଛି । ଦେଶରେ ଦୈନିକ ପଜିଟିଭ୍ ହାର ୩.୮୯ପ୍ରତିଶତ ରହିଛି ।
ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ୭ଲକ୍ଷ ତଳେ ରହିଛି । ଦେଶରେ ସକ୍ରିୟ ମାମଲା ରହିଛି ୬ଲକ୍ଷ ୯୭ହଜାର ୮୦୨ରହିଛି । ଦେଶରେ ଆରୋଗ୍ୟଙ୍କ ସଂଖ୍ୟା ୪କୋଟି ୧୧ଲକ୍ଷ ୧୨ହଜାର ୮୦ହଜାର ୭୫୧ରେ ପହଞ୍ଚି ଯାଇଛି । ଦେଶରେ ଟିକାକରଣ ପ୍ରକ୍ରିୟା ମଧ୍ୟ ଦ୍ରୁତ ବେଗରେ ଚାଲିଛି ।
Powered by Froala Editor