ଆଜି ରାଜ୍ୟରେ ୨୪ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କାରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନର ଦ୍ରୁତ ସଂକ୍ରମଣ ହେତୁ ରାଜ୍ୟବାସୀଙ୍କ ମନରେ ଛନକା ପଶିଛି । ଗୋଟିଏ ପଟେ କରୋନାର ଦୈନିକ ସଂକ୍ରମଣ ହାର କମିବାରେ ଲାଗିଛି, ଅନ୍ୟପଟେ କରୋନା ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଆଜି ରାଜ୍ୟରେ ୧ହଜାର ୫୩୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ, ଆଉ ୨୪ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି ।
ଅଡିଟ୍ ପ୍ରୋସେସରେ ଆଉ ୨୪ଜଣଙ୍କ ମୃତୁ୍ୟ ନେଇ ସ୍ୱାସ୍ଥ୍ୟ ବିଭାଗର ସୂଚନା ଦିଆଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ଜଣ ରହିଛନ୍ତି । ସେହିପରି ବାଲେଶ୍ୱରରୁ ୬, ଯାଜପୁରରୁ ୩, ଭଦ୍ରକ ଓ ମୟୂରଭଞ୍ଜରୁ ୨ ଲେଖାଏଁ ମୃତକ ରହିଛନ୍ତି ।
ସେହିପରି ଅନୁଗୁଳ, ବରଗଡ, ନବରଙ୍ଗପୁର ଓ ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରନ୍ତଙ୍କ ମୃତୁ୍ୟ ଘଟିଥିବା ସୂଚନା ମିଳିଛି । ଏହାକୁ ମିଶଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୮୬୨କୁ ବୃଦ୍ଧି ପାଇଛି ।
ଏହା ସହିତ ଆଜି କରୋନାରୁ ସୁସ୍ଥ ହୋଇଛନ୍ତି ୨ହଜାର ୪୮୩ । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥକଙ୍କ ସଂଖ୍ୟା ୧୨ଲକ୍ଷ ୫୩ହଜାର ୯୧୪ରେ ପହଞ୍ଚିଛି । ବର୍ତ୍ତମାନ ରାଜ୍ୟରେ ସକ୍ରିୟ ମାମଲା ରହିଛି ୧୩ହଜାର ୨୮୫ ।
Powered by Froala Editor