ଆଜି ଦେଶରେ କରୋନା ନେଲା ୮୦୪ମୁଣ୍ଡ

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ହ୍ରାସ ପାଉଛି କରୋନା ଗ୍ରାଫ । ଏହାସହ କରୋନାର ନୂଆ ଭାରିଆ ଓମିକ୍ରନ ମଧ୍ୟ ଦ୍ରୁତ ଗତିରେ ତା’ର କାୟା ବିସ୍ତାର କରିବାରେ ଲାଗିଛି । ଆଜି ଦେଶରେ ୫୦ହଜାର ୪୦୭କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୮୦୪ଜଣ କରୋନାରେ ପ୍ରାଣ ହରାଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ଲକ୍ଷ ୭ହଜାର ୯୮୧କୁ ବୃଦ୍ଧି ପାଇଛି ।
ଏବେ ଦେଶରେ କରୋନା ସଂକ୍ରମଣର ସକ୍ରିୟ ମାମଲାରେ ହ୍ରାସ ପରିଲକ୍ଷିତ ହେଉଛି । ଆଜି ଦେଶରେ କରୋନା ଜନିତ ସକ୍ରିୟ ମାମଲା ରହିଛି ୬ଲକ୍ଷ ୧୦ହଜାରରେ ୪୪୩ରହିଛି । ଦେଶରେ ଆରୋଗ୍ୟଙ୍କ ସଂଖ୍ୟା ୪କୋଟି ୧୪ଲକ୍ଷ ୬୮ହଜାର ୧୨୦ରେ ପହଞ୍ଚି ଯାଇଛି । ଅନ୍ୟପଟେ କରୋନାର ମୁକାବିଲା ପାଇଁ ଦେଶରେ ଏବେ ବି ଟିକାକରଣ ଜୋରଦାର ଚାଲିଛି । ବର୍ତ୍ତମାନ ସୁଦ୍ଧା ଦେଶରେ ଟିକାକରଣ ସଂଖ୍ୟା ୧୭୨କୋଟି ୨୯ଳକ୍ଷ ୪୭ହଜାର ୬୬୮ଟପିଛି ।
Powered by Froala Editor