ଉତ୍ତରାଖଣ୍ଡରେ ଭୂମିକମ୍ପ ଝଟକା

ଭୁବନେଶ୍ୱର:ଆଜି ସକାଳୁ ଉତ୍ତରାଖଣ୍ଡର ଉତ୍ତରକାଶୀରେ ଭୂକମ୍ପ ଜଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ରେକର୍ଡ କରାଯାଇଛି । ଏହାର କେନ୍ଦ୍ରସ୍ଥଳ ଉତ୍ତରକାଶୀରୁ ୩୯ କିଲୋମିଟର ଦୂରରେ ରହିଥିବା ନେଇ ଜାତୀୟ ଭୂକମ୍ପ ବିଜ୍ଞନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଅନୁସାରେ, ଶନିବାର ସକାଳ ପ୍ରାୟ ୫ଟା ୩ମିନିଟ୍ରେ ଉତ୍ତରାଖଣ୍ଡର ଉତ୍ତରକାଶୀରେ ଜୋରଦାର ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । ଏଥିପାଇଁ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇ ଆସିଥିଲେ । ହେଲେ ଏପର୍ଯ୍ୟନ୍ତ ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇଥିବାର ସୂଚନା ମିଳିନାହିଁ ।
Powered by Froala Editor