ଆଜି ରାଜ୍ୟରେ ୨୨ମୁଣ୍ଡ ନେଲା କରୋନା
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କାରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନର ଦ୍ରୁତ ସଂକ୍ରମଣ ହେତୁ ରାଜ୍ୟବାସୀଙ୍କ ମନରେ ଛନକା ପଶିଛି । ଗୋଟିଏ ପଟେ କରୋନାର ଦୈନିକ ସଂକ୍ରମଣ ହାର କମିବାରେ ଲାଗିଛି, ଅନ୍ୟପଟେ କରୋନା ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଆଜି ରାଜ୍ୟରେ ୧ହଜାର ୧୪୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ, ଆଉ ୨୨ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି ।
ଅଡିଟ୍ ପ୍ରୋସେସରେ ଆଉ ୨୨ଜଣଙ୍କ ମୃତୁ୍ୟ ନେଇ ସ୍ୱାସ୍ଥ୍ୟ ବିଭାଗର ସୂଚନା ଦିଆଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪ଜଣ ରହିଛନ୍ତି । ସେହିପରି ଅନୁଗୁଳ ଜିଲ୍ଳାରୁ ୨ଜଣ ରହିଛନ୍ତି ଓ ସୁନ୍ଦରଗଡ, ମୟୂରଭଞ୍ଜ, କନ୍ଧମାଳ, ଜଗତସିଂହପୁର, ଢେଙ୍କାନାଳ, ବଲାଙ୍ଗୀର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରନ୍ତଙ୍କ ମୃତୁ୍ୟ ଘଟିଥିବା ସୂଚନା ମିଳିଛି । ଏହାକୁ ମିଶଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୮୮୪କୁ ବୃଦ୍ଧି ପାଇଛି ।
ଏହା ସହିତ ଆଜି କରୋନାରୁ ସୁସ୍ଥ ହୋଇଛନ୍ତି ୨ହଜାର ୮୧ । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥକଙ୍କ ସଂଖ୍ୟା ୧୨ଲକ୍ଷ ୫୫ହଜାର ୯୯୫ରେ ପହଞ୍ଚିଛି । ବର୍ତ୍ତମାନ ରାଜ୍ୟରେ ସକ୍ରିୟ ମାମଲା ରହିଛି ୧୨ହଜାର ୩୩୦ । ଗତ ୨୪ଘଣ୍ଟାରେ ରାଜ୍ୟରେ ୧ହଜାର ୧୪୮କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୬୬୯ଜଣ ରହିଥିବାବେଳେ ସ୍ଥାନୀୟ ସଂକ୍ରମଣ ୪୭୯ରହିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୨୪୪ଜଣ ଛୁଆ ଅଛନ୍ତି । ଯାହା ଚିନ୍ତାର କାରଣ ପାଲଟିଛି ।
Powered by Froala Editor