ଆଜି ଦେଶରେ ସଂକ୍ରମଣ ୫୦ହଜାର ତଳେ

ନୂଆଦିଲ୍ଳୀ: ଦେଶରେ ଦିନକୁ ଦିନ ହ୍ରାସ ପାଉଛି କରୋନା ଗ୍ରାଫ । ଏହାସହ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ମଧ୍ୟ ଦ୍ରୁତ ଗତିରେ ତା’ର କାୟା ବିସ୍ତାର କରିବାରେ ଲାଗିଛି । ଗତ ୨୪ଘଣ୍ଟାରେ ୪୪ହଜାର ୮୭୭ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏବେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪କୋଟି ପାର୍ କରିଛି । ସଂକ୍ରମଣ ଆରମ୍ଭରୁ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪କୋଟି ୨୬ଲକ୍ଷ ୩୧ହଜାର ୪୨୧ ପହଞ୍ଚିଛି । ଦେଶରେ ଦୈନିକ ପଜିଟିଭ୍ ହାର ୩.୧୭ପ୍ରତିଶତ ରହିଛି ।
ଗତ ୨୪ଘଣ୍ଟାରେ ଦେଶର ୬ଟି ରାଜ୍ୟ ମଧ୍ୟରେ କେରଳର ସର୍ବାଧିକ ୧୫ହଜାର ୧୮୪ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ସେହିପରି ମହାରାଷ୍ଟ୍ରରେ ୪ହଜାର ୩୫୯, କର୍ଣ୍ଣାଟକରେ ୩ହଜାର ୨୦୨, ତାମିଲନାଡୁରେ ୨ହଜାର ୮୧୨ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜସ୍ଥାନରେ ୨ହଜାର ୬୦୬, ଗୁଜୁରାଟରେ ୧ହଜାର ୬୪୬ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ୬ଲକ୍ଷ ତଳେ ରହିଛି । ଦେଶରେ ସକ୍ରିୟ ମାମଲା ରହିଛି ୫ଲକ୍ଷ ୩୭ହଜାର ୪୫ରହିଛି । ଗତ ୨୪ଘଣ୍ଟାରେ ୧ଲକ୍ଷ ୧୭ହଜାର ୫୧୯ ଜଣ କରୋନାକୁ ମାତ୍ ଦେଇଛନ୍ତି । ଦେଶରେ ଆରୋଗ୍ୟଙ୍କ ସଂଖ୍ୟା ୪କୋଟି ୧୫ଲକ୍ଷ ୮୫ହଜାର ୭୧୧ରେ ପହଞ୍ଚି ଯାଇଛି । ଦେଶରେ ଟିକାକରଣ ପ୍ରକ୍ରିୟା ମଧ୍ୟ ଦ୍ରୁତ ବେଗରେ ଚାଲିଛି । ବର୍ତ୍ତମାନ ସୁଦ୍ଧା ଦେଶରେ ଟିକାକରଣ ସଂଖ୍ୟା ୧୭୨କୋଟି ୮୦ଲକ୍ଷ ଟପିଛି ।
Powered by Froala Editor