ରାଜ୍ୟରେ କରୋନା ନେଲା ୧୪ ମୁଣ୍ଡ

ଭୁବନେଶ୍ଵର : ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଆକ୍ରାନ୍ତଙ୍କ ସହ ମୃତୁ୍ୟ ସଂଖ୍ୟ ବଢିଚାଲିଛି । ତେବେ କରୋନା ଆଜି ରାଜ୍ୟରେ ୧୪ ମୁଣ୍ଡ ନେଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୪୩ କୁ ବୃଦ୍ଧି ପାଇଛି ।
ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଓ କୋରାପୁଟ ଜିଲ୍ଲାରୁ ୩ ଜଣ ଲେଖାଏଁ, ଖୋର୍ଦ୍ଧା ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ, ଗଞ୍ଜାମ, କଳାହାଣ୍ଡି,ନବରଙ୍ଗପୁର ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪ ଲକ୍ଷ ୪୪ ହଜାର ୧୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୫୫ ହଜାର ୨୪୫ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୩ ଲକ୍ଷ ୮୦ ହଜାର ୪୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୦୨୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୦୦୪୧୨୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି।
Powered by Froala Editor