ରାଜ୍ୟରେ ଆସନ୍ତା ୫ ଦିନ ପର୍ୟ୍ୟନ୍ତ କାଳବୈଶାଖୀ ଅନୁଭୂତ
ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୫ ଦିନ ପର୍ୟ୍ୟନ୍ତ କାଳବୈଶାଖୀ ଅନୁଭୂତ ହେବ । ଘଡ଼ଘଡ଼ି, ବିଜୁଳି ସହ ବର୍ଷା ସାଙ୍ଗକୁ ୩୦ରୁ ୪୦ କିମି ବେଗରେ ପବନ ବହିବ । କିନ୍ତୁ ରାଜ୍ୟର ତାପମାତ୍ରା ଉପରେ ଏହାର ପ୍ରଭାବ ପଡ଼ିବ ନାହିଁ । ଧୀରେ ଧୀରେ ତାତି କମିବ । ୨ ଦିନ ପରେ ପାରଦ ପ୍ରାୟ ୩ଡିଗ୍ରି ପର୍ୟ୍ୟନ୍ତ ଖସିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
ଏହାସହ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ମେ’ ୨ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କନ୍ଧମାଳ ଓ ଗଜପତି ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବାର ମଧ୍ୟ ସମ୍ଭାବନାରହିଛି ।
Powered by Froala Editor