ରାଜ୍ୟରେ ଆଉ ୧୯ ମୁଣ୍ଡ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରେ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ଦିନକୁ ଦିନ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୫୨ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ ରହିଥିବା ବେଳେ କେନ୍ଦ୍ରାପଡ଼ା, କେନ୍ଦୁଝର, ସୋନପୁର, ନୟାଗଡ଼, ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୯୮୯୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୪୩୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୬୧୪୬୭ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor