ଆଜି ଦେଶରେ ୨୭ହଜାର ୪୦୯ କରୋନା ପଜିଟିଭ୍

ନୂଆଦିଲ୍ଳୀ: ଦେଶରେ ଦିନକୁ ଦିନ ହ୍ରାସ ପାଉଛି କରୋନା ଗ୍ରାଫ । ଏହାସହ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ମଧ୍ୟ ଦ୍ରୁତ ଗତିରେ ତା’ର କାୟା ବିସ୍ତାର କରିବାରେ ଲାଗିଛି । ଗତ ୨୪ଘଣ୍ଟାରେ ଦେଶରେ ୨୭ହଜାର ୪୦୯ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏବେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪କୋଟି ପାର୍ କରିଛି । ବର୍ତ୍ତମାନ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪କୋଟି ୨୬ଲକ୍ଷ ୯୨ହଜାର ୯୪୩କୁ ବୃଦ୍ଧି ପାଇଛି । ଦେଶରେ ଦୈନିକ ପଜିଟିଭ୍ ହାର ୨.୨୩ପ୍ରତିଶତ ରହିଛି ।
ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ୫ଲକ୍ଷ ତଳେ ରହିଛି । ଦେଶରେ ସକ୍ରିୟ ମାମଲା ରହିଛି ୪ଲକ୍ଷ ୧୩ହଜାର ୧୨୭ରହିଛି । ଦେଶରେ ଆରୋଗ୍ୟଙ୍କ ସଂଖ୍ୟା ୪କୋଟି ୧୭ଲକ୍ଷ ୬୦ହଜାର ୪୫୮ରେ ପହଞ୍ଚି ଯାଇଛି । ଦେଶରେ ଟିକାକରଣ ପ୍ରକ୍ରିୟା ମଧ୍ୟ ଦ୍ରୁତ ବେଗରେ ଚାଲିଛି ।
Powered by Froala Editor