ଆଜି ଦେଶରେ କରୋନା ନେଲା ୫୪୧ମୁଣ୍ଡ
ନୂଆଦିଲ୍ଲୀ: ଦେଶରେ ଦିନେ କମିଲେ ଦିନେ ବଢୁଛି କରୋନା ସଂକ୍ରମଣ । ଏହା ସହିତ ମୃତୁ୍ୟ ସଂଖ୍ୟାରେ ମଧ୍ୟ ସମାନ ସ୍ଥିତି ପରିଲକ୍ଷିତ ହେଉଛି । ଏହାସହ କରୋନାର ନୂଆ ଭାରିଆ ଓମିକ୍ରନ ମଧ୍ୟ ଦ୍ରୁତ ଗତିରେ ତା’ର କାୟା ବିସ୍ତାର କରିବାରେ ଲାଗିଛି । ଆଜି ଦେଶରେ ୩୦ହଜାର ୭୫୭କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୫୪୧ଜଣ କରୋନାରେ ପ୍ରାଣ ହରାଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ଲକ୍ଷ ୧୦ହଜାର ୪୩୩କୁ ବୃଦ୍ଧି ପାଇଛି ।
ଏବେ ଦେଶରେ କରୋନା ସଂକ୍ରମଣର ସକ୍ରିୟ ମାମଲାରେ ହ୍ରାସ ପରିଲକ୍ଷିତ ହେଉଛି । ଆଜି ଦେଶରେ କରୋନା ଜନିତ ସକ୍ରିୟ ମାମଲା ରହିଛି ୩ଲକ୍ଷ ୩୨ହଜାରରେ ୯୧୮ରହିଛି । ଦେଶରେ ଆରୋଗ୍ୟଙ୍କ ସଂଖ୍ୟା ୪କୋଟି ୧୯ଲକ୍ଷ ୧୦ହଜାର ୯୮୪ରେ ପହଞ୍ଚି ଯାଇଛି । ଅନ୍ୟପଟେ କରୋନାର ମୁକାବିଲା ପାଇଁ ଦେଶରେ ଏବେ ବି ଟିକାକରଣ ଜୋରଦାର ଚାଲିଛି । ବର୍ତ୍ତମାନ ସୁଦ୍ଧା ଦେଶରେ ଟିକାକରଣ ୧୭୪କୋଟି ୨୦ଲକ୍ଷ ଟପିଛି । ସେମାନଙ୍କ ମଧ୍ୟରୁ ୯୦ କୋଟି ୬୦ଲକ୍ଷରୁ ଅଧିକ ପ୍ରଥମ ଡୋଜ୍ ନେଇଥିବାବେଳେ ୭୪କୋଟି ୭୦ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍ ରହିଛି ।
Powered by Froala Editor