୯ଟା ସୁଦ୍ଧା ୨୦ ପ୍ରତିଶତ ଭୋଟଦାନ

ଭୁବନେଶ୍ୱର: ଆଜି ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଦାନ ଜାରି ରହିଛି । ତେବେ ସକାଳ ୯ଟା ସୁଦ୍ଧା ୨୦ ପ୍ରତିଶତ ଭୋଟଦାନ ହୋଇଥିବା ଜଣାଯାଇଛି । ୨୦ ପ୍ରତିଶତ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।
ସାରା ରାଜ୍ୟରେ ଜାରି ରହିଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ । ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆଜି ଜାରି ରହିଛି ଦ୍ୱିତୀୟ ପର୍ୟ୍ୟାୟ ମତଦାନ । ୩୦ ଜିଲ୍ଲାର ୬୮ ବ୍ଲକରେ ୧୮୬ ଜିଲ୍ଲା ପରିଷଦ ଆସନ ପାଇଁ ପଡ଼ୁଛି ଭୋଟ । ୧ ହଜାର ୫୧୪ ପଞ୍ଚାୟତର ୨୦ ହଜାରରୁ ଅଧିକ ବୁଥରେ ଆରମ୍ଭ ହୋଇଛି ମତଦାନ । ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୧ଟା ପର୍ୟ୍ୟନ୍ତ ମତଦାନ ଚାଲିବ ।
Powered by Froala Editor