୨୦ରୁ ମଧ୍ୟମ ଧରଣର ବର୍ଷା

ଭୁବନେଶ୍ୱର: ଆସନ୍ତା ଦୁଇ ଦିନ ରାଜ୍ୟରେ ପାଗ ଶୁଖିଲା ରହିବ । ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ୨୦ ଓ ୨୧ ତାରିଖରେ କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗବିତ୍ ପୂର୍ବାନୁମାନ କରିଛନ୍ତି ।
ଶୁକ୍ରବାର ଓ ଶନିବାର ରାଜ୍ୟରେ ପାଗ ଶୁଖିଲା ରହିବ । ରାଜ୍ୟର କିଛି ସ୍ଥାନରେ ତାପମାତ୍ରା ସ୍ୱାଭାବିକଠୁ କମ୍ ଥିବାବେଳେ ଅଧିକାଂଶ ସ୍ଥାନରେ ସ୍ୱାଭାବିକ ରହିଛି । ୨୦ ଓ ୨୧ ତାରିଖରେ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ପୂର୍ବାନୁମାନ କରିଛି । ୨୦ରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ରାଜ୍ୟ ଅନ୍ୟ ସ୍ଥାନଗୁଡ଼ିକରେ ପାଗ ଶୁଖିଲା ରହିବ ।
ଶୁକ୍ରବାର ରାଜ୍ୟରେ ଖରା ପାଗ ରହିବ । ରାତିରେ ମଧ୍ୟ ତାପମାତ୍ରା ବଢ଼ିବ । ଆକାଶରେ ବାଦଲ ରହିବ ।
Powered by Froala Editor