ଆଜି ଦେଶରେ କରୋନା ନେଲା ୩୨୫ମୁଣ୍ଡ

ନୂଆଦିଲ୍ଲୀ: ଦେଶରେ ଦିନେ କମିଲେ ଦିନେ ବଢୁଛି କରୋନା ସଂକ୍ରମଣ । ଏହା ସହିତ ମୃତୁ୍ୟ ସଂଖ୍ୟାରେ ମଧ୍ୟ ସମାନ ସ୍ଥିତି ପରିଲକ୍ଷିତ ହେଉଛି । ଏହାସହ କରୋନାର ନୂଆ ଭାରିଆ ଓମିକ୍ରନ ମଧ୍ୟ ଦ୍ରୁତ ଗତିରେ ତା’ର କାୟା ବିସ୍ତାର କରିବାରେ ଲାଗିଛି । ଆଜି ଦେଶରେ ୨୨ହଜାର ୨୭୦କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୩୨୫ଜଣ କରୋନାରେ ପ୍ରାଣ ହରାଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ଲକ୍ଷ ୧୧ହଜାର ୨୩୦କୁ ବୃଦ୍ଧି ପାଇଛି ।
ଏବେ ଦେଶରେ କରୋନା ସଂକ୍ରମଣର ସକ୍ରିୟ ମାମଲାରେ ହ୍ରାସ ପରିଲକ୍ଷିତ ହେଉଛି । ଆଜି ଦେଶରେ କରୋନା ଜନିତ ସକ୍ରିୟ ମାମଲା ରହିଛି ୨ଲକ୍ଷ ୫୩ହଜାରରେ ୭୩୯ରହିଛି । ଦେଶରେ ଆରୋଗ୍ୟଙ୍କ ସଂଖ୍ୟା ୪କୋଟି ୨୦ଲକ୍ଷ ୩୭ହଜାର ୫୩୬ରେ ପହଞ୍ଚି ଯାଇଛି । ଅନ୍ୟପଟେ କରୋନାର ମୁକାବିଲା ପାଇଁ ଦେଶରେ ଏବେ ବି ଟିକାକରଣ ଜୋରଦାର ଚାଲିଛି ।
Powered by Froala Editor