ରାଜ୍ୟରେ ଆଉ ୧୫ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ଵର :ରାଜ୍ୟରେ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୭୩ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୨୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବଧିକ ୬ ଜଣ, ବାଲେଶ୍ବର, କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଁଏ, ଢ଼େଙ୍କାନାଳ , କେନ୍ଦ୍ରାପଡ଼ା ଓ ସମ୍ବଳପୁର ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ଜୀବନ ନେଇଛି ଘାତକ କରୋନା।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୨୮୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ୫୬୩୨ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୬୮୧୫୮ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor