ଆଜି ଦେଶରେ କରୋନା ନେଲା ୨୦୬ମୁଣ୍ଡ

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେଧୀରେ ହ୍ରାସ ପାଇବାରେ ଲାଗିଛି । ଏହା ସହିତ ମୃତୁ୍ୟ ସଂଖ୍ୟାରେ ମଧ୍ୟ ସମାନ ସ୍ଥିତି ପରିଲକ୍ଷିତ ହେଉଛି। ଏହାସହ କରୋନାର ନୂଆ ଭାରିଆ ଓମିକ୍ରନ ମଧ୍ୟ ଦ୍ରୁତ ଗତିରେ ତା’ର କାୟା ବିସ୍ତାର କରିବାରେ ଲାଗିଛି । ଆଜି ଦେଶରେ ୧୬ହଜାର ୫୧କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୨୦୬ଜଣ କରୋନାରେ ପ୍ରାଣ ହରାଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ଲକ୍ଷ ୧୨ହଜାର ୧୦୯କୁ ବୃଦ୍ଧି ପାଇଛି ।
ଏବେ ଦେଶରେ କରୋନା ସଂକ୍ରମଣର ସକ୍ରିୟ ମାମଲାରେ ହ୍ରାସ ପରିଲକ୍ଷିତ ହେଉଛି । ଆଜି ଦେଶରେ କରୋନା ଜନିତ ସକ୍ରିୟ ମାମଲା ରହିଛି ୨ଲକ୍ଷ ୨ହଜାରରେ ୧୩୧ରହିଛି । ଦେଶରେ ଆରୋଗ୍ୟଙ୍କ ସଂଖ୍ୟା ୪କୋଟି ୨୧ଲକ୍ଷ ୨୪ହଜାର ୨୮ରେ ପହଞ୍ଚି ଯାଇଛି । ଅନ୍ୟପଟେ କରୋନାର ମୁକାବିଲା ପାଇଁ ଦେଶରେ ଏବେ ବି ଟିକାକରଣ ଜୋରଦାର ଚାଲିଛି । ବର୍ତ୍ତମାନ ସୁଦ୍ଧା ଦେଶରେ ଟିକାକରଣ ୧୭୫କୋଟି ୫୦ଲକ୍ଷ ଟପିଛି । ସେମାନଙ୍କ ମଧ୍ୟରୁ ୯୦ କୋଟି ୭୦ଲକ୍ଷରୁ ଅଧିକ ପ୍ରଥମ ଡୋଜ୍ ନେଇଥିବାବେଳେ ୭୫କୋଟି ୩୦ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍ ନେଇଛନ୍ତି ।
Powered by Froala Editor