କାଲିଠୁ ୩ଦିନ ବର୍ଷା

ଭୁବନେଶ୍ୱର: ଆଫଗାନିସ୍ଥାନ ଏବଂ ପାଶ୍ୱର୍ବର୍ତ୍ତୀ ଅଂଚଳରେ ପଶ୍ଚିମା ଝଡ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୨୪ରୁ ତିନିଦିଦନ ଧରି ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ୨୫ରେ ବର୍ଷା ପରିମାଣ ବଢିବ ବୋଲି ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।
ପାଣିପାଗ କେନ୍ଦ୍ରର ଆକଳନ ଅନୁସାରେ ୨୪ତାରିଖରେ ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାରୁ ଗୋଟିଏରୁ ଦୁଚଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ । ୨୫ତାରିଖରେ ଉତ୍ତର ଓଡିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ଓଡିଶାର ମଧ୍ୟ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ । ବିଶେଷ କରି ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୨୬ତାରିଖରେ ଉପକୂଳ ଓଡିଶାର କିଛି ସ୍ଥାନ ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ,ଏବଂ କନ୍ଧମାଳ ଜିଲ୍ଳାର ଗୋଟିଏରୁ ଦୁଇଟିସ୍ଥାନରେ ବଜ୍ରପାତ ସହିତ ବର୍ଷାର ହେବାର ସମ୍ଭାବନା ରହିଛି ।
ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ଭୁବନେଶ୍ୱରରେ ବର୍ଷାର ସମ୍ଭାବନା ନାହିଁ । ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିଦେ୍ର୍ଧଶକ ଡ.ଏଚ.ଆର ବିଶ୍ୱାସ କରିଛନ୍ତି ୨୪ରେ ପଶ୍ଚିମ ଓଡିଶାର କିଛି ଜିଲ୍ଲା ଏବଂ କେନ୍ଦୁଝର ଓ ମୟୂରଭଞ୍ଜରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ ବାକି ଜିଲ୍ଲାରେ ପାଗ ଶୁଖିଲା ରହିବ ।
Powered by Froala Editor