ପୁଣି ବର୍ଷା, ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଫଗାନିସ୍ଥାନ ଏବଂ ପାଶ୍ୱର୍ବର୍ତ୍ତୀ ଅଂଚଳରେ ପଶ୍ଚିମା ଝଡ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୨୪ରୁ ତିନି ଦିନ ଧରି ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ୨୫ରେ ବର୍ଷା ପରିମାଣ ବଢିବ ବୋଲି ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।
ପାଣିପାଗ କେନ୍ଦ୍ରର ଆକଳନ ଅନୁସାରେ ୨୪ତାରିଖରେ ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାରୁ ଗୋଟିଏରୁ ଦୁଚଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ । ୨୫ତାରିଖରେ ଉତ୍ତର ଓଡିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ଓଡିଶାର ମଧ୍ୟ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ । ବିଶେଷ କରି ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
Powered by Froala Editor