ରାଜ୍ୟରେ ଆଉ ୯ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରେ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ଦିନକୁ ଦିନ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୪୨ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣଙ୍କ ଜୀବନ ନେଲା କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୪୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ସୁନ୍ଦରଗଡ ଓ ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର, କଟକ ଜିଲ୍ଲାର ଜଣେ ଲେଖାଏଁ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୩୬୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୩୨୦ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୦୨୨୧ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor