ତିନି ଦିନ ବର୍ଷା, ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ଆସନ୍ତା ୨୫, ୨୬ ଓ ୨୭ ତାରିଖ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ୨୫ ଓ ୨୬ ତାରିଖ ଉତ୍ତର ଓଡ଼ିଶା, ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିଭଳି ୨୬ ଓ ୨୭ର କିଛି ଜିଲ୍ଲାରେ ବର୍ଷା ହୋଇପାରେ ।
୨୫ରେ ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୬ରେ ଉପକୂଳ ଓଡ଼ିଶା ସମେତ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।
ପୂର୍ବାନୁମାନ କହୁଛି, ୨୬ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ରେ ମେଘୁଆ ପାଗ ସହ ହାଲୁକା ବର୍ଷା ହୋଇପାରେ । ୨୭ରେ ଏହି ସମସ୍ତ ଜିଲ୍ଲା ସହ ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ ଓ ଦେବଗଡ଼ରେ ଆଶିଂକ ମେଘୁଆ ପାଗ ସହ ଗୋଟିଏ ଦୁଇଟି ସ୍ଥାନରେ ୨ ମିଲିମିଟରରୁ କମ୍ ବର୍ଷା ହୋଇପାରେ ।
Powered by Froala Editor