ରାଜ୍ୟରେ ୩୩୯ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୩୩୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୪୦ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬୯ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୩୯୭୮ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୨୮ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ମଧ୍ୟ ସୁନ୍ଦରଗଡ଼ ଜିଲ୍ଲାରୁ ୮୦ ଜଣ, ଖୋର୍ଦ୍ଧାରୁ ୩୬ ଜଣ, ଗଜପତିରୁ ୨୫ ଜଣ, ମୟୂରଭଞ୍ଜରୁ ୧୯ ଜଣ, କଟକରୁ ୧୭ ଜଣ,କୋରାପୁଟରୁ ୧୬ ଜଣ, ଅନୁଗୁଳ, ବାଲେଶ୍ବର, ଗଞ୍ଜାମ, ଯାଜପୁର ଓ ସମ୍ବଲପୁର ଜିଲ୍ଳାରୁ ୧୪ ଜଣ ଲେଖାଁଏ, ଝାରସୁଗୁଡ଼ାରୁ ୧୨ ଜଣ, ସୋନପୁରରୁ ୮ ଜଣ, ରାୟଗଡ଼ରୁ ୬ ଜଣ, ବରଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ ଜଣ ଲେଖାଁଏ, ଭଦ୍ରକ, ଦେବଗଡ଼, କଳାହାଣ୍ଡି, ନୟାଗଡ଼ ଜିଲ୍ଲାରୁ ୪ ଜଣ ଲେଖାଁଏ, ବଲାଙ୍ଗୀର ଓ ନବରଙ୍ଗପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, ବୌଦ୍ଧ,ଢ଼େଙ୍କାନାଳ ଓ କନ୍ଧମାଳ ଜିଲ୍ଲାରୁ ୨ ଜଣ ଲେଖାଁଏ, ମାଲକାନଗିରି, ନୂଆପଡ଼ା ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ ପୁଲ୍ରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୩୯୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୮୬୨ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୧୦୧୮ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor