ଆଜି ରାଜ୍ୟରେ ୯ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ତଳମୁହାଁ ହେଉଥିବାବେଳେ ମୃତୁ୍ୟ ସଂଖ୍ୟାରେ ବ୍ରେକ୍ ଲାଗୁନି । ଆଜି ରାଜ୍ୟରେ ଆଉ ୯ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୯ହଜାର ୪୫କୁ ବୃଦ୍ଧି ପାଇଛି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରେ ପୁରୀ ଓ ସୁନ୍ଦରଗଡ ଜିଲ୍ଲାରୁ ୨ଜଣ ଲେଖାଏଁ, କଟକ, କେନ୍ଦୁଝର, ଖୋର୍ଦ୍ଧା, ନୟାଗଡା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଏହା ସହିତ ଆଜି ରାଜ୍ୟରେ ୯୬୮ଜଣ କରୋନାକୁ ମାତ୍ ଦେଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସୁସ୍ଥକଙ୍କ ସଂଖ୍ୟା ୧୨ଲକ୍ଷ ୭୦ହଜାର ୨୨୧କୁ ବୃଦ୍ଧି ପାଇଛି । ରାଜ୍ୟରେ ସକ୍ରିୟ ମାମଲା ୪ହଜାର ୩୨୦ ରହିଛି ।
Powered by Froala Editor