ମହାଶିବରାତ୍ରି ପାଇଁ ଗାଇଡଲାଇନ : ଆଡ କାଠ ପାଖରୁ ଦର୍ଶନ କରିବେ ଭକ୍ତ, ଗର୍ଭଗୃହକୁ ଅନୁମତି ନାହିଁ

ଆସନ୍ତା ମାର୍ଚ୍ଚ ୧ ତାରିଖରେ ହେବାକୁ ଥିବା ମହାଶିବରାତ୍ରି ପାଇଁ ରାଜ୍ୟ ସରକାର କୋଭିଡି କଟକଣା ଲାଗୁ କରିଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଶିବରାତ୍ରି ସମ୍ପର୍କିତ ଗାଇଡଲାଇନ ଜାରି କରାଯାଇଛି । ନୂତନ ମାର୍ଗଦର୍ଶିକାରେ କୁହାଯାଇଛି ଯେ, ଲିଙ୍ଗରାଜ ମନ୍ଦିରରେ ଆଡ କାଠ ପାଖରୁ ଦର୍ଶନ କରିବେ ଭକ୍ତ । ଦର୍ଶନ ବେଳେ କୌଣସି ଭକ୍ତ ପୂଜାର୍ଚ୍ଚନା କରିପାରିବେନି । ସାହାଣମେଲା ଦର୍ଶନ ଓ ଗର୍ଭଗୃହ ଦର୍ଶନ ପାଇଁ ଅନୁମତି ନାହିଁ । ମନ୍ଦିରରେ ଭକ୍ତଙ୍କ ଗହଳି ଉପରେ ଜିଲ୍ଲାପାଳ ଓ ମ୍ୟୁନିସିପାଲଟି କମିଶନର ନଜର ରଖିବେ ।
ଏହାସହିତ କୋଭିଡ କଟକଣାକୁ ସଠିକ ଭାବରେ ପାଳନ ପାଇଁ ନିର୍ଦ୍ଦେଶ ହୋଇଥିବା ବେଳେ ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ଓ ହାତକୁ ସାନିଟାଇଜ କରିବାକୁ ପରାମର୍ଶ ଦିଆଯାଇଛି । ସେବାୟତ ମାନଙ୍କୁ ମଧ୍ୟ ନିୟମ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ବୟସ୍କ ବ୍ୟକ୍ତି , ଗର୍ଭବତୀ ଓ ୧୨ ବର୍ଷରୁ କମ ଶିଶୁଙ୍କୁ ଜାଗର ଯାତ୍ରାରେ ସାମିଲ ନ ହେବାପାଇଁ ବିଏମସିର ପରାମର୍ଶ ଦେଇଛି । ମନ୍ଦିର ଭିତରେ ଛେପ ପକାଇବା, ଗୁଟୁଖା, ପାନ ଆଦିକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି ।
Powered by Froala Editor